ଭୁବନେଶ୍ଵର, ୧୭/୦୨ : ଫେବୃଆରୀ ୨୮କୁ ବଢିଲା ଇଗ୍ନୋ ନାମଲେଖା ଅବଧି। ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଇଗ୍ନୋ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି। ଆଗ୍ରହୀ ଛାତ୍ରଛାତ୍ରୀମାନେ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ୍ www.ignou.ac.inକୁ ଅନୁସରଣ କରିପାରିବେ। ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in. ଅଣ୍ଡର ଗ୍ରାଜୁଏଟ୍ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ଛାଡ଼ କରାଯାଇଛି।
ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଇଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଏ ବର୍ଷ M.Sc.ରେ କିଛି ନୂତନ ପାଠ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିମଧ୍ୟରେ M.Sc. (Zoology), M.Sc. (Chemistry), M.Sc. (Analytical Chemistry), M.Sc. (Biochemistry), M.Sc. (Geoinformatics), M.Sc. (Physics), M.Sc. (Applied Statistics), M.Sc. (Geography) (MSCGG) ଏବଂ AICTE ସ୍ବୀକୃତିପ୍ରାପ୍ତ MBA ଓ MCA ଅନ୍ୟତମ । ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟସ୍ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ।
ନୂତନ ଶିକ୍ଷାନୀତି ଅନୁଯାୟୀ ଜଣେ ଚାହିଁଲେ ଦୁଇଟି ବିଷୟରେ ଡିଗ୍ରୀ କରିପାରିବେ ଏବଂ ଏହି ବିଷୟରେ ସମ୍ପୂର୍ଣ୍ଣ ବିବରଣୀ ଇଗ୍ନୋର ୱେବସାଇଟରେ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଭୁବନେଶ୍ବର ଆଞ୍ଚଳିକ କେନ୍ଦ୍ରକୁ ୦୬୭୪ ୨୩୦୧୩୪୮, ୨୯୭୧୦୭୧ ନଂ କିମ୍ଵା [email protected]ରେ ଇ-ମେଲ କରିବାକୁ ବରିଷ୍ଠ ନିର୍ଦ୍ଦେଶକ ଡ଼. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ଏହି ଖବରଟିକୁ ପଢନ୍ତୁ-ମଙ୍ଗଳବାରଠାରୁ ଯୁକ୍ତ ୨ ବୋର୍ଡ, ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ