ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

ବଲାଙ୍ଗିରର ବିଭିନ୍ନ ଗ୍ୟାସ୍ ଦୋକାନ ଗୁଡ଼ିକରେ ପ୍ରଶାସନର ଚଢାଉ, ୫୦ରୁ ଉର୍ଦ୍ଧ୍ବ ଗ୍ୟାସ୍ ସିଲିଣ୍ଡର ଜବତ…

Published By : Prameya | May 21, 2025 5:56 PM

ବଲାଙ୍ଗିର ୨୧/୫: ଆଜି ପୂର୍ବାହ୍ନରେ ବଲାଙ୍ଗିର ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପଟେଲଙ୍କ ଦ୍ୱାରା ଗଠିତ ଉପଖଣ୍ଡ ସ୍ତରୀୟ ଯୋଗାଣ ବିଭାଗ ସ୍କ୍ୱାର୍ଡ ଟିମ ବିଭିନ୍ନ ସ୍ଥାନରେ ଛାପା ମାରିଛି। କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ସୋମକେଶ ନାୟକ, ଉପଖଣ୍ଡ ଯୋଗାଣ ଅଧିକାରୀ ଶରତ କୁମାର ରାଉତ ଏବଂ ପୋଲିସଙ୍କ ଉପସ୍ଥିତରେ ସ୍ଥାନୀୟ କୋଶଳକଳା ମଣ୍ଡଳ ପଡିଆ ସ୍ଥିତ ଗ୍ୟାସ ରିଫିଲିଙ୍ଗ୍ କରୁଥିବା ୫ ଟି ଦୋକାନରେ ଅତର୍କିତ ଚଢାଉ କରିଥିଲେ। ଏହି ସମୟରେ ୫୩ଟି ଘରୋଇ ଗ୍ୟାସ ସିଲିଣ୍ଡରକୁ ଜବତ କରାଯାଇଛି । ଅସାଧୁ ଉପାୟରେ ଏହି ଦୋକାନ ଗୁଡିକରେ ଚଢା ଦରରେ ବିନା କୌଣସି ଲାଇସେନ୍ସରେ ଗ୍ୟାସ ବିକ୍ରି କରାଯାଉଥିବାରୁ ଏହି ଚଢାଉ କରାଯାଇଛି । ତେବେ ଆଗକୁ ମଧ୍ୟ ଏମିତି ଅତର୍କିତ ଚଢଉ ଜାରି ରହିବ ବୋଲି ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.