ପ୍ରମୂଖ ଖବର
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ

Published By : Harapriya Sethi | July 9, 2025 10:09 AM

କୋଣାର୍କ,୦୯/୦୭: ସର୍ବଭାରତୀୟ ଧର୍ମଘଟ ଡାକରାରେ ପର୍ଯ୍ୟଟନସ୍ଥଳୀ କୋଣାର୍କରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । କେନ୍ଦ୍ରୀୟ ମିଳିତ ଶ୍ରମିକ ସଂଗଠନ ପକ୍ଷରୁ ମନୋରଞ୍ଜନ ପରିଡାଙ୍କ ନେତୃତ୍ୱରେ ସୂର୍ଯ୍ୟମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ସୂର୍ଯ୍ୟମନ୍ଦିର ମୁଖ୍ୟ ଦ୍ୱାର ବନ୍ଦ କରାଯାଇଥିଲା। ଫଳରେ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିବା ପର୍ଯ୍ୟଟକମାନେ ନିରାଶ ହୋଇ ଫେରିଥିଲେ। 

କୋଣାର୍କକୁ ଯାତ୍ରୀବାହୀ ବସ୍ ଚଳାଚଳ,ବ୍ୟାଙ୍କ, ପୋଷ୍ଟ ଅଫିସ ଆଦି ବନ୍ଦ ରହିଛି । ଏହି ବନ୍ଦ ଯୋଗୁଁ କୋଣାର୍କ ବସଷ୍ଟାଣ୍ଡ, ଚନ୍ଦ୍ରଭାଗା ବେଳାଭୂମି ଶୂନଶାନ ହୋଇ ପଡିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.