ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ରାସ୍ତା ସମସ୍ୟା ଓ ସମାଧାନ ପାଇଁ ଜଙ୍ଗଲମନ୍ତ୍ରୀଙ୍କ ସହ ସାଂସଦଙ୍କ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

Published By : Bijay Swain | July 25, 2025 9:36 PM

ନୀଳଗିରି,୨୫/୭(ଆ.ପ୍ର): ବାଲେଶ୍ଵର ଜିଲ୍ଲା ପଞ୍ଚଲିଙ୍ଗେଶ୍ୱର-ସନ୍ତରାଗଡ଼ିଆ ମୁଖ୍ୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଜଙ୍ଗଲ ଆଇନ  ଏଥିପାଇଁ ବାଧକ ସାଜିଛି। ତେଣୁ ଇକୋ ସେନସିଟିଭ ଜୋନର ମନିଟରିଙ୍ଗ କମିଟିର ଅନୁମୋଦନ କରାଇ ଏହାର ସମାଧାନର ବାଟ କାଢି ତୁରନ୍ତ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଷ ରାମସିଂ ଖୁଣ୍ଟିଆଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ସହିତ ଏକ ପତ୍ର ଲେଖିଛନ୍ତି ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ। 

ମନ୍ତ୍ରୀ ବାଲେଶ୍ୱର ଗସ୍ତରେ ଆସିଥବା ବେଳେ ଆଜି ସାଂସଦ ତାଙ୍କସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ। ମନ୍ତ୍ରୀ ମଧ୍ୟ ଘଟଣାକୁ ଗୁରୁତର ସହ ନେଇଥିବା ଜଣାପଡିଛି। ଟେକ୍ନିକାଲ ପ୍ରୋବ୍ଲେମ ଏବେ ସମାଧାନ ହୋଇସାରିଛି ଏବଂ ଏକ ମନିଟରିଙ୍ଗ କମିଟି ଖୁବଶୀଘ୍ର ଗଠନ କରି ରାସ୍ତା କାର୍ଯ୍ୟ ଆରମ୍ବ କରିବାକୁ ମନ୍ତ୍ରୀ ବିଭାଗୀୟ ସେକ୍ରେଟାରୀ,ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଙ୍କୁ ଜଣାଇଛନ୍ତି।

ପଞ୍ଚଲିଙ୍ଗେଶ୍ୱର ରାସ୍ତା ମରଣଯନ୍ତା ପାଲଟିଛି। କାରଣ ଦୀର୍ଘ ଦିନ ହେବ  ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଦେଖାଯାଇଛି। ତେବେ ମନ୍ତ୍ରୀଙ୍କ ସହିତ ସାଂସଦଙ୍କ ଆଲୋଚନା ରାସ୍ତା କାମ ଆରମ୍ଭ ହେବା ସୂଚନା ଅଞ୍ଚଳବାସୀଙ୍କୁ କିଛି କ୍ଷଣ ପାଇଁ ଆଶ୍ୱସ୍ତ ଆଣି ଦେଇପାରେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.