ପ୍ରମୂଖ ଖବର
  • କେନ୍ଦୁଝର : ଚୋରି କରିବାକୁ ଆସି ପେଟପୂଜା, ଦୋକାନ ତାଲା ଭାଙ୍ଗି ଖାଇଦେଲେ ରାବିଡ଼ି ଲସି
  • ||
  • ମାଲକାନଗିରି : ଗାଁକୁ ରାସ୍ତା ନଥିବାରୁ ଆସି ପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହା ହେଲେ ରୋଗୀ
  • ||
  • ବୌଦ୍ଧ : ୨୨ କେଜି ଗଞ୍ଜେଇ ସହ ୪୦ ହଜାର ଟଙ୍କା ଜବତ, ଜଣେ ଗିରଫ
  • ||
  • ଭଦ୍ରକ : ନାଳରୁ ମିଳିଲା ପୂର୍ବତନ ସରପଞ୍ଚଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ
  • ||
  • କାମାକ୍ଷାନଗର : ୪ ବିଭାଗର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ସହ ୧୭ ଟନ କୋଇଲା ଜବତ, ୨ ଗିରଫ
  • ||
  • ଆଜି ରାଜ୍ୟ କ୍ୟାବିନେଟ୍‌, ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତିର ଲାଗିପାରେ ମୋହର
  • ||
  • ଆସିଲା ଶୀତ : ୨୦ ଡିଗ୍ରୀ ତଳେ ୧୫ ସହର
  • ||
  • ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ବାଙ୍କଚୂଡ଼ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ
  • ||
  • ବଡଓଷାରେ ଧବଳେଶ୍ଵର ପୀଠ ଲୋକାରଣ୍ୟ, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା
  • ||
  • କୋରାପୁଟ : ଆର୍ମି ଡ୍ରେସ୍ ପିନ୍ଧି ଗଞ୍ଜେଇ ଚାଲାଣ, ଜଣେ ଗିରଫ
  • ||

ଅପରାହ୍ନରେ ହେବ ଶ୍ରୀମନ୍ଦିରରେ ଧ୍ଵଜା ବନ୍ଧା ନୀତି

ପୁରୀ, ୧୦/୧୧ :‌ କାର୍ତ୍ତିକ ମାସରେ ଅସମ୍ଭବ ଭିଡ ଯୋଗୁଁ ଶ୍ରୀମନ୍ଦିରରେ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩.୩୦ ରୁ ୪.୦୦ ଘଟିକା ମଧ୍ୟରେ କରିବା ପାଇଁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି l ଏ ନେଇ ଚୁନରା ସେବକ ମାନଙ୍କୁ ସ୍ଵତନ୍ତ୍ର କାର୍ଯ୍ୟାଳୟ ଆଦେଶ ନିର୍ଗମନ କରାଯାଇଛି । ଅପରାହ୍ନ ସମୟରେ କମ୍ ଗହଳି ମଧ୍ଯରେ ଧ୍ଵଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି l 

ଧ୍ଵଜା ବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହ ଦ୍ଵାର ବାହାର ମାର୍ଗରେ/ରାସ୍ତାରେ ବହୁତ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତି ସପ୍ତାହଟି ପାଇଁ ୩.୩୦ ମି ସମୟରେ ଧ୍ଵଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜାରଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି l  ଏନେଇ ଚୁନରା ସେବକମାନଙ୍କର ସହଯୋଗ କାମନା କରିବା ସହ କୌଣସି ବ୍ଯତିକ୍ରମ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.