ପ୍ରମୂଖ ଖବର
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମହାନଦୀରେ ଦୁଇ ନାବାଳକ ଭାସିଯିବା ଘଟଣା: ୨୪ ଘଣ୍ଟା ପରେ ମିଳିଲା ମୃତଦେହ

ସମ୍ୱଲପୁର, ୧୨/୧୦: ମହାନଦୀରେ ଭାସି ଯାଇଥିବା ଦୁଇ ଜଣ ନାବାଳକଙ୍କ ଉଦ୍ଧାର । ସର୍ଚ୍ଚ ଅପରେସନର ୨୪ ଘଣ୍ଟା ପରେ ସମଲେଶ୍ୱରୀ ଘାଟରୁ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ନାବାଳକ ଦ୍ୱୟ ଏସ କନିଷ୍କ ଓ ହିମାଂଶୁ ବୋଲି ଜଣାପଡ଼ିଛି । ସମ୍ୱଲପୁର ଜିଲ୍ଲା ସମଲେଶ୍ୱରୀ ଘାଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ଅପରାହ୍ଣରେ ମହାନହୀରେ ଗାଧୋଇବାକୁ ଯାଇଥିଲେ ଦୁଇ ନାବାଳକ  । ସେଠାରେ ଗାଧୋଇବା ବେଳେ ଭାରସାମ୍ୟ ହରାଇ ନଦୀର ଗଭିର ପାଣିରେ ଭାସି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ  ଅଗ୍ନିଶମ ଓ ଓଡ୍ରାଫ୍ଟ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । କିନ୍ତୁ ନାବାଳକଙ୍କ ଟକୌଣସି ପତ୍ତା ମିଳି ନଥିଲା । କିଛି ସମୟ ପରେ ରାତି ହେବାରୁ ସର୍ଚ୍ଚ ଅପରେସନ ବନ୍ଦ କରିବାକୁ ପଡ଼ିଥିଲା । ଶନିବାର ସକାଳୁ ପୁଣି ଘଟଣାସ୍ଥଳରେ ଉପସ୍ଥିତ ରହି ଅରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଦୀର୍ଘ ୨୪ ଘଣ୍ଟାପରେ ସମଲେଶ୍ୱରୀ ଘାଟରୁ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ଏନେଇ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟମାସ୍ଥଳରେ ପୋଲିସ ପହଞ୍ଚି ନାବାଳକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦଜନ୍ତ ଚଳାଇଛି ପୋଲିସ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.