ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଘରୋଇ ମାଟିରେ ଚାଇନା ଚିତ୍, ପଞ୍ଚମ ଥର ପାଇଁ ଟାଇଟଲ ଜିତିଲା ଭାରତ

ବେଜିଂ,୧୭।୯: ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତୀୟ ଟିମ୍‌ର ଦମଦାର ବିଜୟ। ହରମନପ୍ରୀତ ସିଂହଙ୍କ ନେତୃତ୍ବାଧୀନ ଭାରତୀୟ ହକି ଟିମ୍ ଆୟୋଜକ ଚୀନ୍କୁ  ନିଜ ମାଟିରେ ୧-୦ ଗୋଲ୍‌ରେ ହରାଇ ପଞ୍ଚମ ଥର ପାଇଁ ଚାମ୍ପିଅନ୍ସ ଟ୍ରଫି ଜିତିବାର ଗୌରବ ଅର୍ଜନ କରିଛି। 

ଭାରତ-ଚୀନ୍ ଫାଇନାଲ ମ୍ୟାଚ୍ ଥିଲା ଖୁବ୍ ସଂଘର୍ଷପୂର୍ଣ୍ଣ। ଜିତିବାକୁ ଭାରତୀୟ ଟିମ୍‌ର ଖେଳାଳିଙ୍କୁ କରିବାକୁ ପଡିଥିଲା ଖୁବ୍ କଷ୍ଟ। କାରଣ ଭାରତୀୟ ଟିମ୍ ପକ୍ଷରୁ ଚତୁର୍ଥ କ୍ବାର୍ଟରରେ ଏକମାତ୍ର  ଗୋଲ କରିଥିଲେ ଡିଫେଣ୍ଡର ଯୁଗରାଜ ସିଂହ । ପ୍ରଥମ ତିନୋଟି କ୍ବାର୍ଟରରେ ମ୍ୟାଚ୍‌ ୦-୦ ରେ ସମାନ ସ୍ତରରେ ଥିଲା। ହେଲେ ଚତୁର୍ଥ କ୍ବାର୍ଟରରେ ଯୁଗରାଜଙ୍କ ମ୍ୟାଚ୍ ଓ୍ବିନିଂ ଗୋଲ୍‌ ଭାରତକୁ ଟାଇଟଲ ଜିତିବାରେ ସହାୟକ ହୋଇଥିଲା। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଭାରତ ତା’ର ଏସିଆନ ଚାମ୍ପିୟନ୍ସ ଟ୍ରଫି ଅଭିଯାନ ଚାଇନାକୁ ହରାଇ ଆରମ୍ଭ କରିଥିଲା। ଆଜି ଫାଇନାଲରେ ସେହି ଚାଇନାକୁ ହରାଇ ଚାମ୍ପିୟନ ହୋଇଛି। ଏହା ପୂର୍ବରୁ ଭାରତ ୨୦୧୧, ୨୦୧୬, ୨୦୧୮, ୨୦୨୩ ଓ ୨୦୨୪ରେ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଛି।

ଚାଇନାକୁ ଚିତ୍‌ କରି ୫ମ ଥର ପାଇଁ ଏସିଆନ ଚାମ୍ପିୟନ୍ସ ଟ୍ରଫିକୁ କବଜା କରିଛି ଭାରତ। ଘରୋଇ ମାଟିରେ ଖେଳି ଚାଇନା ପ୍ରଥମ ଥର ଫାଇନାଲ ଖେଳୁଥିଲା।ହେଲେ ଅପରାଜେୟ ଭାରତକୁ ଚାମ୍ପିୟନ ହେବାରୁ ରୋକି ପାରିନି। ଆଜି ଫାଇନାଲରେ ହରମନପ୍ରୀତ ସିଂହଙ୍କ ଭାରତୀୟ ଟିମ କଡ଼ା ସଂଘର୍ଷ ସହ ଚାଇନାକୁ ୧-୦ରେ ହରାଇ ଟ୍ରଫି ଜିତିଛି। ଏହି ଗୋଲଟି ଶେଷ କ୍ୱାର୍ଟର(୫୧ ମିନିଟ)ରେ ହିଁ ମିଳିଥିଲା। ଚାଇନା ପ୍ରଥମଥର ଫାଇନାଲ ଖେଳୁଥିଲେ ହେଁ ଭାରତକୁ କଡ଼ା ଟକ୍କର ଦେବାକୁ ସକ୍ଷମ ହୋଇଥିଲା। ବିଶେଷ କରି ଚାଇନାର ଗୋଲ କିପର ଏକାଧିକ ଗୋଲକୁ ରୋକିବାକୁ ସକ୍ଷମ ହୋଇଥିଲେ। ଭାରତ  ୨୦୨୩ ଏସିଆନ ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଜିତିଥିଲା। ଦଳ ଫାଇନାଲରେ ମାଲେସିୟାକୁ ୪-୩ ଗୋଲରେ ହରାଇ ଟ୍ରଫି କବଜା କରିଥିଲା। ଏଥର ଚାଇନାକୁ ହରାଇ ଚାମ୍ପିୟନ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.