ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି, ରାଜ୍ୟସ୍ତରୀୟ ପରେଡ୍‌ରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ

Published By : Manoj | August 5, 2025 12:23 PM

ଭୁବନେଶ୍ୱର,୦୫/୦୮: ଚଳିତ ବର୍ଷ ୭୯ତମ  ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ । ସୋମବାର ଅପରାହ୍ଣରେ ସୂଚନା ଓ ଲୋକସମ୍ପର୍କ  ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫  ସମାରୋହର ରୂପରେଖ ସମ୍ପର୍କରେ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ମୁଖ୍ୟ ଶାସନ  ସଚିବ ହେମନ୍ତ ଶର୍ମା ବୈଠକରେ ଅଧ୍ୟକ୍ଷତା କରି  ଉତ୍ସବ ଆୟୋଜନର ସମସ୍ତ ବିଷୟ ପ୍ରତି ଗୁରୁତ୍ୱ ଦେବାକୁ କହିଥିଲେ ।   

ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସ୍ୱାଧୀନତା  ଦିବସ ପାଳନ ଉପଲକ୍ଷେ ମହାତ୍ମା ଗାନ୍ଧି ମାର୍ଗଠାରେ ଅଭ୍ୟାସ୍‌ ପରେଡ୍‌ ସୁପରିଚାଳନା କରାଯିବ । ୧୫  ତାରିଖ ଦିନ ରାଜ୍ୟସ୍ତରୀୟ ଉତ୍ସବ ପାଳନ ହେବ ।  ଏହି ଅବସରରେ ପରେଡ୍‌ ଓ ପତାକା ଉତ୍ତୋଳନ  ସ୍ଥାନଠାରେ ସମସ୍ତ ବ୍ୟବସ୍ଥା ସହ ପ୍ରଭାତରେ  ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୂନ୍‌ ପରିବେଷଣ,  ମୁଖ୍ୟ ମଞ୍ଚ ଓ ପରେଡ୍‌ ସ୍ଥଳରେ ଡାକବାଜି ଯନ୍ତ୍ର ବ୍ୟବସ୍ଥା, ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ  ଉତ୍ସବର ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା  ପ୍ରଦାନ, ବିଶିଷ୍ଟ ଅତିଥି, ନିମନ୍ତ୍ରିତ ଅତିଥି ଓ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଉପବେଶନ ବ୍ୟବସ୍ଥା, ଉତ୍ସବ ସ୍ଥଳର ସାଜସଜ୍ଜା ନେଇ ବୈଠକରେ ବିସ୍ତୃତ  ଆଲୋଚନା ହୋଇଥିଲା । ସାଧାରଣତନ୍ତ୍ର ଦିବସ ୨୦୨୫ରେ ଉତ୍ତମ ପ୍ରଦର୍ଶନ କରିଥିବା ପ୍ରଜ୍ଞାପନ  ମେଢ଼ ଓ ପରେଡ୍‌ ଦଳଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ  କରିବା ସହ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର  ସ୍ୱତନ୍ତ୍ର ସଂଖ୍ୟାକୁ ଉନ୍ମୋଚନ କରିବେ । ଏଥିସହ  ରାଜଭବନରୁ ଉତ୍ସବ ସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ଆକର୍ଷଣୀୟ ଭାବେ ସଜାଇବା ପାଇଁ ଶ୍ରୀ ଶର୍ମା  ପରାମର୍ଶ ଦେଇଥିଲେ ।   

ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଉତ୍ସବର  ନିମନ୍ତ୍ରଣ ପତ୍ର ମୁଦ୍ରଣ ଓ ବଣ୍ଟନ ପାଇଁ ପଦକ୍ଷେପ  ନିଆଯିବ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର  ଆଲୋକୀକରଣ କରାଯିବ । ପୂର୍ବବର୍ଷ ପରି  ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ  ସ୍ୱାଧୀନତା ଦିବସ ଉତ୍ସବ ପାଳନ ହେବ । ଆର୍‌ଡିସି  ଜୋନ୍‌, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ମଧ୍ୟ ମହାସମାରୋହରେ ସ୍ୱାଧୀନତା ଦିବସ ଉତ୍ସବ  ପାଳନ କରାଯିବ । ଏହି ବୈଠକରେ ବିଭାଗୀୟ  ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉପ  ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ବିତ୍ତ  ପରାମର୍ଶଦାତା ପୃଥ୍ୱୀରାଜ ପାଣିଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.