ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ସ୍ୱାଧୀନତା ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ ? ଆସିଲା ତାଲିକା

Published By : Manoj | August 12, 2025 1:11 PM

ଭୁବନେଶ୍ୱର,୧୨/୦୮: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ ସିଏମ୍ ।  ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝର ଗସ୍ତ କରି ଜାତୀୟ ପତାକା ଉତ୍ତୋଳନ କରିବେ। କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। । ସେହିଭଳି ଭଳି ଅନ୍ୟ ମନ୍ତ୍ରୀମାନେ ବିଭିନ୍ନ ଜିଲ୍ଲାକୁ ଯାଇ ପତାକା ଉତ୍ତୋଳନ କରିବାର ତାଲକା ପ୍ରସ୍ତୁତ ହୋଇଛି । ଜାଣନ୍ତୁ କିଏ କେଉଁଠି କି ଯିବେ। 

ସମ୍ବଲପୁରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ବଲାଙ୍ଗୀରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ,କଳାହାଣ୍ଡିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ,ସୁନ୍ଦରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ,ଗଜପତିରେ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା,ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,  ନବରଙ୍ଗପୁରରେ ଶ୍ରମମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସୁବର୍ଣ୍ଣପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ରାୟଗଡ଼ାରେ ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ମୟୂରଭଞ୍ଜରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପତାକା ଉତ୍ତୋଳନ କରିବେ।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.