ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଲଣ୍ଡନ ଯାଉଥିବା ବିମାନକୁ କାହିଁକି କୋପେନହେଗେନ୍‌ରେ କରାଗଲା ଜରୁରୀ ଅବତରଣ? ଜବାବ ରଖିଲା ଏୟାର ଇଣ୍ଡିଆ

Image source: NDTV

ନୂଆଦିଲ୍ଲୀ,୦୬/୧୦: ରବିବାର ଦିନ ଡେନମାର୍କର କୋପେନ୍‌ହେଗେନ୍‌ ବିମାନବନ୍ଦରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ ସମ୍ପର୍କରେ ଏୟାରଲାଇନ୍ସ କହିଛି ଯେ ଡାକ୍ତରୀ ଜରୁରୀକାଳୀନ ପରିସ୍ଥିତି କାରଣରୁ ଅକ୍ଟୋବର ୬ ରେ ଦିଲ୍ଲୀ-ଲଣ୍ଡନ ବିମାନ AI111 କୁ ଡେନମାର୍କର କୋପେନ୍‌ହେଗେନ୍‌ ବିମାନବନ୍ଦରରେ ଅବତରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏୟାର ଇଣ୍ଡିଆ କହିଛି ଯେ ବିମାନରେ ଥିବା ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ବିମାନଟିକୁ କେପେନ୍‌ହେଗନ୍‌ରେ ଅବତରଣ କରିବାକୁ ପଡ଼ିଥିଲା ଏବଂ ତାଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଥିଲା। ଏହି କାରଣରୁ ସମସ୍ତ ଯାତ୍ରୀ ଯେପରି କୌଣସି ପ୍ରକାର ସମସ୍ୟା ଅନୁଭବ ନକରନ୍ତୁ, ସେଥିପାଇଁ କୋପେନ୍‌ହେଗନ୍ ବିମାନବନ୍ଦରରେ ଆମର ଗ୍ରାଉଣ୍ଡ ସହକର୍ମୀମାନେ ସମସ୍ତ ପ୍ରକାର ଉଦ୍ୟମ କରିଛନ୍ତି ବୋଲି ଏୟାରଲାଇନ୍ସ କହିଛି। 

ଏହି ବିମାନ କୋପେନ୍‌ହେଗନ୍‌ରୁ ଉଡ଼ାଣ ଭରି ଲଣ୍ଡନରେ ଅବତରଣ କରିବ ବୋଲି ଆଶା କରାଯାଉଛି। ଏୟାର ଇଣ୍ଡିଆ କହିଛି ଯେ, ଆମେ ପୁଣିଥରେ କହିବାକୁ ଚାହୁଁଛୁ ଯେ 'ଯାତ୍ରୀ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ଆମର ପ୍ରମୁଖ ପ୍ରାଥମିକତା।' 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.