ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବିଶ୍ବକପ୍‌ ପ୍ରତିଶୋଧ ନେଲା ଭାରତ; ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପକ୍କା କଲା ସ୍ଥାନ

Published By : Soubhagya Ranjan | March 4, 2025 9:45 PM

Image source: Cricbuzz

ଦୁବାଇ,୦୪/୦୩: ବିଶ୍ବକପ୍‌ର ବଦ୍‌ଲା ନେଲା ଭାରତ। ଦୁବାଇ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଅଷ୍ଟ୍ରେଲିଆକୁ ହରାଇ ୨୦୨୩ ପ୍ରତିଶୋଧ ନେଇଛି ରୋହିତ ବାହିନୀ। ମଇଦାନରେ ଗର୍ଜିଲା ଚେଜ୍‌ ମାଷ୍ଟର କୋହଲିଙ୍କ ବ୍ୟାଟ୍। କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ସ୍ଥାନ ପକ୍କା କରିଛି। ଅଷ୍ଟ୍ରେଲିଆ ଦ୍ଵାରା ଧାର୍ଯ୍ୟ ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୪୮ ଓଭରରେ ୬ ଓ୍ଵିକେଟ୍ ହରାଇ ଜିତି ନେଇଛି ବାଜି। ବିରାଟ କୋହଲି ୮୪ ରନର ଇନିଂସ ଖେଳି ଭାରତକୁ ବିଜୟ ଭେଟି ଦେବାରେ ମୁଖ୍ୟ ଭୁମିକା ଗ୍ରହଣ କରିଥିଲେ। ତାଙ୍କ ବ୍ୟତୀତ ଶ୍ରେୟସ ଆୟର ୪୫ ରନର ଉପଯୋଗୀ ଇନିଂସ ଖେଳିଛନ୍ତି। ଏହା ପୂର୍ବରୁ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥଙ୍କ ୭୩ ରନ ଓ ଆଲେକ୍ସ କେରିଙ୍କ ୬୧ ରନ ବଳରେ ୨୬୪ ରନ କରିଥିଲା। ଭାରତ ଏବେ ଦକ୍ଷିଣ ଆଫ୍ରିକା ବନାମ ନ୍ୟୁଜିଲାଣ୍ଡ ଦ୍ଵିତୀୟ ସେମି ଫାଇନାଲର ବିଜେତାକୁ ଫାଇନାଲ୍‌ରେ ଭେଟିବ। 

୨୬୫ ରନର ବିଜୟ ଲକ୍ଷ୍ୟ ପିଛା କରିଥିବା ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ପ୍ରଥମ ଓ୍ଵିକେଟ୍‌ ସୁଦ୍ଧା ୩୦ ରନ ଯୋଡ଼ିଥିଲେ। ଗିଲ୍‌  ୮ ରନ୍‌ କରି ପାଭିଲିୟନ ଫେରିଥିଲେ। ଅଧିନାୟକ ରୋହିତ ଶର୍ମା ୨୯ ବଲରୁ ୩ ଚୌକା ଓ ୧ ଛକା ସହ ୨୮ ରନ କରିଥିଲେ। ୪୩ ରନରେ ଦୁଇ ଓପନ ଆଉଟ୍ ହେବା ପରେ ବିରାଟ କୋହଲି ଓ ଶ୍ରେୟସ ଆୟର ଜବରଦସ୍ତ ବ୍ୟାଟିଂ କରିଥିଲେ। ଉଭୟ ତୃତୀୟ ଓ୍ଵିକେଟ୍‌ ସୁଦ୍ଧା ୯୧ ରନ ଯୋଡ଼ି ଦଳ ବିଜୟ ପାଇଁ ମୂଳଦୁଆ ପକାଇଥିଲେ। ୧୩୪ ରନ ସ୍କୋରରେ ଶ୍ରେୟସ ଆୟର ବ୍ୟକ୍ତି ଗତ ୪୫ ରନର ଉପଯୋଗୀ ଇନିଂସ ଖେଳି ପାଭିଲିୟନ ଫେରିଥିଲେ। 

ଅନ୍ୟପଟେ ବିରାଟ କୋହଲି ଆକର୍ଷଣୀୟ ଅର୍ଦ୍ଧଶତକ ହାସଲ କରିଥିଲେ। ବିରାଟ କୋହଲି ଓ ଅକ୍ଷର ପଟେଲ୍ ଚତୁର୍ଥ ଓ୍ଵିକେଟ୍‌ ସୁଦ୍ଧା ୪୪ ରନ ଯୋଡ଼ିଥିଲେ। ଅକ୍ଷର ୨୭ ରନ କରି ପାଭିଲିୟନ ଫେରିଥିଲେ। ଭାରତ ବିଜୟ ଆଡ଼କୁ ଅଗ୍ରସର ହେଉଥିବା ବେଳେ କୋହଲି ମଧ୍ୟ ଶତକ ଅଭିମୁଖେ ବଢୁଥିଲେ। ହେଲେ ବଡ଼ ସଟ୍ ଖେଳିବାକୁ ଯାଇ କୋହଲି ୮୪ ରନ କରି ଆଉଟ୍ ହୋଇଥିଲେ।  ଶେଷ ଆଡ଼କୁ ମ୍ୟାଚ୍ ରୋମାଞ୍ଚକର ମୋଡ଼ ନେଇଥିଲା। ହେଲେ କେଏଲ ରାହୁଲ ୪୦ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୫ ରନ କରି ଭାରତକୁ ୬ ବଲ୍ ବଳକା ଥାଇ ଜିତାଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.