ପ୍ରମୂଖ ଖବର
  • ମେ'ରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର, ପ୍ରଥମ ପର୍ଯ୍ୟାୟରେ ସାମିଲ ହୋଇଥିଲେ ୬୦ ହଜାର ହିତାଧିକାରୀ
  • ||
  • ଆନନ୍ଦପୁର : ପ୍ରସ୍ତାବିତ ସ୍ଥାନରେ ଧାନମଣ୍ଡି ନିର୍ମାଣ ପାଇଁ ଦାବି, ପୌରକାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ
  • ||
  • ବିଏସଏଫ୍‌କୁ ବଡ଼ ସଫଳତା, ମାଲକାନଗିରିରୁ ମାଓ ଡମ୍ପ ଠାବ
  • ||
  • ମହାନଦୀ ଘାଟରେ ବୁଲୁଛି ଘଡ଼ିଆଳ କୁମ୍ଭୀର, ଭୟରେ ନଦୀକୂଳିଆ ଲୋକେ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ ନୀତି, ସାଧାରଣ ଦର୍ଶନ ବନ୍ଦ
  • ||
  • ନବ ଦାସ ହତ୍ୟା ମାମଲା: ଥାନାକୁ ଡକାଇ ୫ ଜଣଙ୍କ ବୟାନ ରେକର୍ଡ
  • ||
  • ବ୍ରହ୍ମପୁର : ମସଲା ଓ ଆଚାର ଗୋଦାମରେ ଅଗ୍ନିକାଣ୍ଡ, କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||
  • ରାଜଧାନୀର ୨ଟି ରେଳ ଷ୍ଟେସନ୍ ନିକଟ ଟ୍ରେନ ଲାଇନରୁ ଦୁଇଟି ମୃତଦେହ ଉଦ୍ଧାର: ମୃତ୍ୟୁର କାରଣ ଅସ୍ପଷ୍ଟ, ମିଳିନି ପରିଚୟ
  • ||
  • ପିପିଲିରେ ଚାଲିଛି ନକଲି ଟଙ୍କା କାରବାର, ୩ ଅଟକ, ଟଙ୍କା ଗଣା ମେସିନ୍ ଜବତ
  • ||
  • IPL 2025: ଆଜି ସନରାଇଜର୍ସକୁ ଭେଟିବ ସୁପରକିଙ୍ଗ୍‌ସ, ଧୋନି ବାହିନୀ ପାଇଁ 'କର ବା ମର' ସ୍ଥିତି
  • ||
  • ଶିମିଳିପାଳକୁ ଜାତୀୟ ଉଦ୍ୟାନର ମାନ୍ୟତା, ଭାରତର ୧୦୭ତମ ଜାତୀୟ ଉଦ୍ୟାନ ଭାବେ ପରିଗଣିତ ହେବ
  • ||
  • ଆହୁରି ଦୁଇଦିନ କଲବଲ କରିବ ତାତି: ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୭ରୁ କାଳବୈଶାଖୀ ଦେବ ଆଶ୍ୱସ୍ତି
  • ||
  • ରାଇରକେଲା : ହୋଟେଲ ମାଲିକଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ଼: ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର
  • ||

Pahalgam Attack: ଭାରତ ସରକାରଙ୍କ କଡା ଆକ୍ସନ; ପାକିସ୍ତାନୀ ନାଗରିକମାନଙ୍କୁ ଦେଶରୁ ବାହାର କରିବାକୁ ଅମିତ ଶାହାଙ୍କ ନିର୍ଦ୍ଦେଶ

Published By : Bijay Swain | April 25, 2025 6:33 PM

Image courtesy: indiatoday

ନୂଆଦିଲ୍ଲୀ: ଆକ୍ସନ ମୋଡ୍‌ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଭାରତ ସରକାର ପାକିସ୍ତାନୀ ନାଗରିକମାନଙ୍କ ପାଇଁ ସମସ୍ତ ଭିସା ରଦ୍ଦ କରିବା ନେଇ ନିଷ୍ପତ୍ତି ନେବାର ଗୋଟିଏ ଦିନ ପରେ କଡା କାର୍ଯ୍ୟାନୁଷ୍ଟାନ ଗ୍ରହଣ କଲେ ଅମିତ ଶାହ। ସେ ଶୁକ୍ରବାର ବିଭିନ୍ନ ବରିଷ୍ଠ ଅଧିକାରୀଙ୍କ ସମେତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଏକ ବୈଠକ କରିଥିଲେ। ଏହି ବୈଠକ ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇ ସେ କହିଛନ୍ତି ଯେ ସେମାନେ ନିଜ ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀ ନାଗରିକମାନଙ୍କୁ ଚିହ୍ନଟ କରି ତୁରନ୍ତ ଦେଶରୁ ବାହାର କରନ୍ତୁ।

ମଙ୍ଗଳବାର ପହଲଗାମରେ ହୋଇଥିବା ଏକ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିଲେ। ଏହି ଘଟଣା ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଭାରତ ସରକାର ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରଖିବା ସହ ଅଟାରୀ-ବାଘା ବର୍ଡର ବନ୍ଦ କରିବା, ପାକିସ୍ତାନୀ ଦୂତାବାସର କର୍ମଚାରୀ ସଂଖ୍ୟା ହ୍ରାସ କରିବା ଏବଂ ପାକିସ୍ତାନୀ ସାର୍କ ଭିସା ରଦ୍ଦ କରିବା ଭଳି ନିଷ୍ପତ୍ତି ନେଇଛନ୍ତି।

ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଜାରି କରି କୁହାଯାଇଛି ଯେ ଭାରତରେ ଥିବା ପାକିସ୍ତାନୀ ନାଗରିକମାନଙ୍କୁ ଏପ୍ରିଲ ୨୭ ତାରିଖ ସୁଦ୍ଧା ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ମେଡିକାଲ ଭିସାରେ ଆସିଥିବା ନାଗରିକ ମାନଙ୍କ ଭିସା ଏପ୍ରିଲ ୨୯ ତାରିଖ ଯାଏ ବୈଧ ରହିବ। ଏହାଛଡା ପାକିସ୍ତାନୀ ହିନ୍ଦୁ ନାଗରିକମାନଙ୍କ ଦୀର୍ଘମିଆଦୀ ଭିସା ମଧ୍ୟ ବୈଧ ରହିବ।

ଅମିତ ଶାହା ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ ସେମାନେ ନିଜ ଅଞ୍ଚଳରେ ରହୁଥିବା ପାକିସ୍ତାନୀ ନାଗରିକମାନଙ୍କୁ ଚିହ୍ନଟ କରି ଏପ୍ରିଲ ୨୭ରୁ ୨୯ ତାରିଖ ମଧ୍ୟରେ ସେମାନଙ୍କୁ ଦେଶରୁ ତୁରନ୍ତ ବାହାର କରନ୍ତୁ। ଏହି ନିଷ୍ପତ୍ତି ପହଲଗାମ ଆକ୍ରମଣ ପରେ ଭାରତର ଜାତୀୟ ସୁରକ୍ଷାକୁ ମଜବୁତ କରିବା ଏବଂ ଆତଙ୍କବାଦ ବିରୁଦ୍ଧରେ କଡ଼ା ନୀତି ଅବଲମ୍ବନ କରିବାର ଏକ ଅଂଶ ବୋଲି କୁହାଯାଉଛି।

ଏହି ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ବୃଦ୍ଧି ପାଇଛି। ପାକିସ୍ତାନ ମଧ୍ୟ ଭାରତୀୟ ବିମାନ ପରିଚାଳନା ପାଇଁ ନିଜର ଆକାଶମାର୍ଗ ବନ୍ଦ କରିଛି। ଯେଉଁଥିପାଇଁ ବିଭିନ୍ନ ଆନ୍ତର୍ଜାତୀୟ ଯାତ୍ରାରେ ଅସୁବିଧା ସୃଷ୍ଟି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.