ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏଶନ୍‌, ସୁବିଧାରେ ଲୁହା ପଥର ଯୋଗାଣ ଉପରେ ଗୁରୁତ୍ୱାରୋପ

Published By : Prameya | May 15, 2025 5:08 PM

ଭୁବନେଶ୍ୱର,୧୫/୫ :  ଇଣ୍ଡିଆନ୍ ଷ୍ଟିଲ ଆସୋସିଏଶନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ତେଣୁ ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି । ଷ୍ଟିଲ କମ୍ପାନୀ ଗୁଡିକୁ ମଧ୍ୟ ଉପଯୁକ୍ତ ବିଚାର ଆଲୋଚନା କରାଯାଇ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ଆଲୋଚନାରୁ ଜଣାପଡ଼ିଛି ଯେ, ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍‌ ଟନ ରହିଛି। ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍‌ ଟନ ବୃଦ୍ଧି କରାଯିବାର ଲକ୍ଷ୍ୟ ରଖାଯାଇଛି। ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ତେଣୁ, ଷ୍ଟିଲ କମ୍ପାନୀମାନଙ୍କୁ ଯେପରି ସୁବିଧାରେ ଲୁହାପଥର ମିଳିବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ମିଳିପାରିବ, ସେ ବିଷୟରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। 

ବୈଠକରେ ଅଧିକ ଲୁହା ପଥର ଖଣିର ନିଲାମ୍ ଏବଂ ନିଲାମ୍ ହୋଇଥିବା ଖଣି ଗୁଡିକରୁ ଶୀଘ୍ର ଉତ୍ତୋଳନ ଆରମ୍ଭ ଉପରେ ଆଲୋଚନା କରାଯାଇଥିଲା। ଚଳିତ ବର୍ଷ ପ୍ରାୟ ୩୦ଟି ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.