ପ୍ରମୂଖ ଖବର
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଲର୍ଟ, ଆକ୍ସନ ମୁଡ୍‌ରେ ପୋଲିସ

ନୂଆଦିଲ୍ଲୀ,୨୮/୦୯: ମୁମ୍ବାଇରେ ପୁଣିଥରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ଜାରି ହୋଇଛି  ଆଲର୍ଟ। ଏହି ଖବର ସାମ୍ନାକୁ ଆସିବା ପରେ ଆକ୍ସନମୁଡ୍‌କୁ ଆସିଛି ପୋଲିସ। ମୁମ୍ବାଇରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବାବେଳେ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରତ୍ୟେକ କୋଣ ଅନୁକୋଣରେ କଡ଼ା ପହରା ଦିଆଯାଇଛି।

ତେବେ ପୋଲିସ ସୂତ୍ର ଅନୁଯାୟୀ, ସୁରକ୍ଷା ଏଜେନ୍ସିର ସତର୍କ ସୂଚନା ପରେ ମୁମ୍ବାଇର ଅନେକ ଧାର୍ମିକ ସ୍ଥାନ ତଥା ଅନ୍ୟାନ୍ୟ ଜନଗହଳି ପୂର୍ଣ୍ଣ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜନଗହଳି ପୂର୍ଣ୍ଣ ସ୍ଥାନ ତଥା ଧାର୍ମିକ ସ୍ଥାନରେ “ମକ୍ ଡ୍ରିଲ୍”କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ସହରର ସମସ୍ତ ଡିସିପିଙ୍କୁ ମଧ୍ୟ ନିଜ ନିଜ ଜୋନ୍‌ରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦେବାକୁ କୁହାଯାଇଛି। ସେହିପରି ଅନ୍ୟ ଜଣେ    ଅଧିକାରୀ କହିଛନ୍ତି ଯେ, ଶୁକ୍ରବାର ଦିନ କ୍ରାଫର୍ଡ ମାର୍କେଟ ଅଞ୍ଚଳରେ ପୋଲିସ ମକ୍ ଡ୍ରିଲ୍ କରିଥିଲା। ଏହା ହେଉଛି ମୁମ୍ବାଇର ସେହି ଅଞ୍ଚଳ ଯେଉଁଠାରେ ପ୍ରବଳ ଭିଡ଼ ଜମେ। ଏଠାରେ ଦୁଇଟି ପ୍ରମୁଖ ଧାର୍ମିକ ସ୍ଥାନ ମଧ୍ୟ ଅଛି। ତେବେ ଆଗାମୀ ପର୍ବ ଏବଂ ନିର୍ବାଚନକୁ ଦୃଷ୍ଟିରେ ରଖି ମୁମ୍ବାଇର ବିଭିନ୍ନ ସ୍ଥାନରେ ମକ୍ ଡ୍ରିଲ୍ କରାଯାଉଛି।




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.