ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ସୋଆରେ ଆପ୍ଲାଏଡ୍ ମ୍ୟାଥମେଟିକ୍ସ ସମ୍ପର୍କିତ ଆନ୍ତର୍ଜାତିକ ସମ୍ମିଳନୀ ଉଦ୍‌ଯାପିତ

ଭୁବନେଶ୍ୱର, ୨୭/୭ : ନିୟମିତ ଜ୍ଞାନ ଆହରଣ ଏବଂ ବିଦ୍ୟାକୁ ଅନ୍ୟମାନଙ୍କ ସହ ବାଂଟିବା ମଣିଷ ପାଇଁ ଖୁବ୍ ଜରୁରୀ ଏବଂ ଶିକ୍ଷା ଜଗତର ଏହା ଦ୍ୱାରା ବିକାଶ ହୋଇଥାଏ ବୋଲି କହିଛନ୍ତି ଦକ୍ଷିଣ ଆଫ୍ରିକାର ଷ୍ଟେଲେନ୍‌ବୋଶ୍ଚ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ.ଡି. ମାକିଣ୍ଡେ । 

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପକ୍ଷରୁ ଆୟୋଜିତ ଆପ୍ଲାଏଡ୍ ମ୍ୟାଥମେଟିକ୍ସ ସମ୍ପର୍କିତ ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀରେ ବକ୍ତବ୍ୟ ରଖି ପ୍ରଫେସର ମାକିଣ୍ଡେ ଜ୍ଞାନ ଆହରଣ ଓ ସହଯୋଗିତାର ମହତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ସମ୍ମିଳନୀ ଶନିବାର ଉଦ୍‌ଯାପିତ ହୋଇଯାଇଛି । ପ୍ରଫେସର ମାକିଣ୍ଡେ କହିଥିଲେ ଯେ ପ୍ରଯୁକ୍ତି ଶିକ୍ଷା କ୍ଷେତ୍ରରେ ପରସ୍ପର ସହ ଯୋଗାଯୋଗ ରଖି ଜ୍ଞାନ ଆହରଣ କରିବା ଆବଶ୍ୟକ । 

ଏହି ଅବସରରେ ଅରୁଣାଚଳ ପ୍ରଦେଶର ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜିର ଡିନ୍ ପ୍ରଫେସର ଆର୍‌.ପି. ଶର୍ମା ନିଜ କାର୍ଯ୍ୟକୁ ମହତ୍ୱ ଦେବା ଉପରେ ଗୁରୁତ୍ୱ ଦେଇଥିଲେ ।  କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଆଡିସ୍ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା, କାର୍ଯ୍ୟକ୍ରମର କାର୍ଯ୍ୟକାରୀ ସମ୍ପାଦକ ଏବଂ ମ୍ୟାଥମେଟିକ୍ସ ବିଭାଗର ମୁଖ୍ୟ ପ୍ରଫେସର ସୁନୀତା ଚାନ୍ଦ ବକ୍ତବ୍ୟ ରଖିଥିବା ବେଳେ ଡକ୍ଟର ଅପୁଲ୍ ନାରାୟଣ ଦେବ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.