ପ୍ରମୂଖ ଖବର
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

"କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ"; ଭୁବନେଶ୍ବରରେ ହେବ ଅନ୍ତର୍ଜାତୀୟ ସମ୍ମିଳନୀ

Published By : Manash Sahoo | May 23, 2025 3:52 PM

ଭୁବନେଶ୍ବର ୨୩/୦୫: ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ରାଷ୍ଟ୍ରମାନଙ୍କ ମଧ୍ୟରେ ରହିଥିବା ସାମାଜିକ, ସାହିତ୍ୟିକ, ସାଂସ୍କୃତିକ ଓ ସଭ୍ୟତାଗତ ସାମଞ୍ଜସ୍ୟକୁ ନେଇ ଭୁବନେଶ୍ବରରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ ହେବ । ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଇନଷ୍ଟିଚ୍ୟୁଟ୍ ଅଫ୍ ମିଡିଆ ଷ୍ଟଡିଜ୍, ଉତ୍କଳ ବିଶ୍ୱବିଦ୍ୟାଳୟ ଓ ଭାରତ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ । ଚଳିତ ମେ' ୨୪ ତାରିଖ ଓ ୨୫ ତାରିଖ ଅର୍ଥାତ୍‌ ୨ ଦିନ ଧରି ଚାଲିବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ । "କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ" ଶୀର୍ଷକ ଉପରେ ଆଲୋଚନା ହେବ । ଏହାଛଡ଼ା ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ସମ୍ବନ୍ଧରେ ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶେଷ ଭାବରେ ଯୁବପିଢ଼ିଙ୍କୁ ଅବଗତ କରାଇବା ନିମନ୍ତେ ସମ୍ମିଳନୀରେ ସ୍ୱତନ୍ତ୍ର ଅଧିବେଶନ ମଧ୍ୟ ଆୟୋଜନ କରାଯିବ।

ସୂଚନାଯୋଗ୍ୟ ଯେ, ପ୍ରାଚୀନ କାଳରେ ଓଡ଼ିଆ ସାଧବପୁଅମାନେ ବାଣିଜ୍ୟ କରିବାକୁ ଜାଭା, ସୁମାତ୍ରା, ଇଣ୍ଡୋନେସିଆ ଆଦି ସ୍ଥାନକୁ ଯାଉଥିଲେ । ଏହି ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଓ ସାଂସ୍କୃତିକ ଭାବ ବିନିମୟର ଉଦାହରଣ ଆଜି ମଧ୍ୟ ଉଭୟ ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପରିଲକ୍ଷିତ ହେଉଛି । ଓଡ଼ିଶାର ପଶୁମୁଖା ନୃତ୍ୟ ଓ ବାଲିର ବାରୋଙ୍ଗ ନୃତ୍ୟ, ମୟୁରଭଞ୍ଜ ଜିଲ୍ଲାର ଛଉ ଓ ଇଣ୍ଡୋନେସିଆର ଗାବା-ଗାବା ନୃତ୍ୟ, ଓଡ଼ିଶାର ଧାରୁଆ ଜନଜାତିର ବିର୍ଲି ନୃତ୍ୟ ଓ ଇଣ୍ଡୋନେସିଆର ଆଦିବାସୀ ନୃତ୍ୟ ଆଦି ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ ରହିଥିବା ସାଂସ୍କୃତିକ ବିନିମୟର ପରିଚୟ ପ୍ରଦାନ କରୁଛି । ଏହି ଦୁଇ ଦିବସୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଓଡ଼ିଶା ଓ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ର ମଧ୍ୟରେ ରହିଥିବା ସଭ୍ୟତାଗତ ସଂଯୋଗର ଇତିହାସକୁ ପୁନର୍ଜୀବିତ କରିବା ସହିତ ଯୁବପିଢ଼ିଙ୍କ ପାଇଁ ଏକ ଶୈକ୍ଷିକ ବିଷୟ ବସ୍ତୁ ଭଳି କାର୍ଯ୍ୟ କରିବ ବୋଲି ଜନସାଧାରଣରେ ମତପ୍ରକାଶିତ ପାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.