ପ୍ରମୂଖ ଖବର
  • ଫାଷ୍ଟ ପାସେଞ୍ଜର ଟ୍ରେନ୍‌ରେ ନିଆଁ
  • ||
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସମ୍‌ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତିକ ସେବିକା ଦିବସ ପାଳିତ

ଭୁବନେଶ୍ୱର,୧୪/୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍‌ ନର୍ସିଂ କଲେଜ (ଏସ୍‌ଏନ୍‌ସି) ପକ୍ଷରୁ ଆନ୍ତର୍ଜାତୀକ ସେବିକା ଦିବସ ପାଳିତ ହୋଇଯାଇଛି । ଆଧୁନିକ ନର୍ସିଂର ପ୍ରତିଷ୍ଠାତା ଫ୍ଲୋରେନ୍ସ ନାଇଟିଙ୍ଗଲ୍‌ଙ୍କର ଜନ୍ମ ବାର୍ଷିକୀ ଉପଲକ୍ଷେ ଏହି ଦିବସକୁ ପାଳନ କରାଯାଇଥାଏ । ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନର୍ସମାନଙ୍କ ଦ୍ୱାରା ସଂପାଦିତ ହେଉଥିବା ରୋଗୀ ସେବା ଓ ରୋଗୀମାନେ କିଭଳି ସେମାନଙ୍କ ଉପରେ ନିର୍ଭର କରନ୍ତି ସେ ସମ୍ପର୍କରେ ଆଲୋକପାତ କରିଥିଲେ । 

ଏହି ପରିପ୍ରେକ୍ଷୀରେ ସୋମି ଓଡ଼ିଶା ଶାଖାର ସମ୍ପାଦିକା ପ୍ରଫେସର ଅମ୍ରିତା ଲେଙ୍କା ନର୍ସିଂ ଛାତ୍ରଛାତ୍ରୀମାନଙ୍କୁ ଏହି ମହତ୍‌ ସେବା ବିଷୟରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ । କାର୍ଯ୍ୟକ୍ରମରେ ଏସ୍‌ଏନ୍‌ସିର ଆସୋସିଏଟ୍‌ ଡିନ୍‌ ପ୍ରଫେସର ସସ୍ମିତା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଆଡିସ୍ନାଲ୍‌ ଡିନ୍‌ (ଟ୍ରେନିଂ ଆଣ୍ଡ ପ୍ଲେସ୍‌ମେଂଟ) ପ୍ରଫେସର ତପତି ଶାହା ଚଳିତ ବର୍ଷର ପ୍ରସଙ୍ଗ “ଆୱାର ନର୍ସେସ୍‌, ଆୱାର ଫ୍ୟୁଚର, ଦ ଇକୋନୋମିକ ପାୱାର ଅଫ୍‌ କେୟାର” ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଏକ ଆଲୋଚନାର ମଧ୍ୟ ଆୟୋଜନ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.