ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରେ ୭ ଆହତ ଘଟଣା : ତଦନ୍ତ ଆରମ୍ଭ

Published By : Suraj Kumar | June 22, 2025 5:03 PM

ମାଲକାନଗିରି, ୨୨।୬ (ଆପ୍ର ): କୌଣସି କାରଣରୁ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଓ ପିଟା ମରା ହୋଇ ୭ ଜଣ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଏସପି ବିନୋଦ ପାଟିଲ ଏଚ, ଉପଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଓ ପୁଲିସ ସଦଳ ବଳ ପହଁଚି ପତିସ୍ଥିତିକୁ ଆୟତ କରିବା ସହ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି ।

ମାଲକାନଗିରି ସଦର ଥାନା ଅନ୍ତର୍ଗତ କତାମାଟେରୁ ଗ୍ରାମରେ ଶନିବାର ରାତିରେ ଦୁଇ  ଗୋଷ୍ଠୀ ମଧ୍ୟରେ କୌଣସି ଏକ କାରଣକୁ ନେଇ ହାତାହାତୀ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୭  ଜଣ ବ୍ୟକ୍ତି ଆହତ ହୋଇଥିଲେ। ଆହତ ବ୍ୟକ୍ତି ମାନଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇ ସମସ୍ତଙ୍କ ଚିକିତ୍ସା ଜାରି ରହିଛି। ଏସମ୍ପର୍କ ରେ ଖବର ପାଇ କତାମେଟରୁ ଗ୍ରାମରେ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକରୀ ପହଞ୍ଚି ଉତେଜିତ ଗ୍ରାମ ବାସୀଙ୍କୁ ବୁଝା ସୁଝା କରିଛନ୍ତି। ଗ୍ରାମରେ ଶାନ୍ତି ପ୍ରତିଷ୍ଠା ସହ ପରିସ୍ଥିତିକୁ ଆୟତ୍ତ କରାଯାଇ ଘଟଣାର ତଦନ୍ତ ଆରମ୍ଭ କରା ଯାଇଛି ବୋଲି ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.