ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ପତ୍ନୀଙ୍କ ମୃତ୍ୟୁ ଖବର ଶୁଣିବା ପରେ ଆତ୍ମହତ୍ୟା କଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ଦିସପୁର: ଆସାମର ଜଣେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଶିଳାଦିତ୍ୟ ଚେତିଆ ଆତ୍ମହତ୍ୟା କରିଛନ୍ତି । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପତ୍ନୀଙ୍କ ମୃତ୍ୟୁ ଖବର ଶୁଣିବା ପରେ ନିଜକୁ ଗୁଳି କରି ଶିଳାଦିତ୍ୟ ଆତ୍ମହତ୍ୟା କରିଥିବା କୁହାଯାଉଛି । ଶିଳାଦିତ୍ୟ ଚେତିଆ ଆସାମର ଗୃହ ସଚିବ ଥିଲେ । ବରିଷ୍ଠ ଆଇପିଏସ୍‌ ଅଧିକାରୀ ଆତ୍ମହତ୍ୟା କରିଥିବା ନେଇ ଆସାମର ପୋଲିସ ମହାନିର୍ଦ୍ଦେଶକ ଜିପି ସିଂହ ସୂଚନା ଦେଇଛନ୍ତି । ତେବେ ଶିଳାଦିତ୍ୟ ଚେତିଆଙ୍କ ପତ୍ନୀ କର୍କଟ ରୋଗରେ ପୀଡ଼ିତ ଥିଲେ । 

 ଜିପି ସିଂହ କହିଛନ୍ତି ଯେ, ବରିଷ୍ଠ ଆଇପିଏସ୍‌ ଅଧିକାରୀ ଶିଳାଦିତ୍ୟ ଚେତିଆ ପତ୍ନୀଙ୍କ ମୃତ୍ୟୁ ଖବର ଶୁଣିବା ପରେ ଆତ୍ମହତ୍ୟା କରିଛନ୍ତି । ଏହା ସହ ମୃତକଙ୍କ ପରିବାରକୁ ଜିପି ସିଂହ ସମବେଦନା ଜଣାଇଛନ୍ତି । ଆସାମ ଟ୍ରାଇବୁନ୍‌ ଅନୁସାରେ, ଶିଳାଦିତ୍ୟ ଚେତିଆ ୨୦୦୯ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଥିଲେ । ପତ୍ନୀ କର୍କଟ ରୋଗରେ ପୀଡ଼ିତ ଥିବାରୁ ସେ ଗତ ୪ ମାସ ହେଲା ଛୁଟି ନେଇ ଘରେ ରହୁଥିଲେ ।

ଆଇପିଏସ୍‌ ଚେତିଆଙ୍କୁ ହସ୍ପିଟାଲ ନିଆଯାଇଥିଲେ ସୁଦ୍ଧା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଆସମା ସରକାରରେ ସଚିବ ଭାବରେ କାମ କରିବା ପୂର୍ବରୁ ଶିଳାଦିତ୍ୟ ରାଜ୍ୟର ତିନସୁକିଆ ଏବଂ ସୋନିତପୁରର ଏସପି ଭାବେ କାର୍ଯ୍ୟ କରୁଥିଲେ । ସେପଟେ ଆଇପିଏସ ଅଧିକାରୀ ଶିଳାଦିତ୍ୟ ଚେତିଆଙ୍କ ଆତ୍ମହତ୍ୟା ପଛର ପ୍ରକୃତ କାରଣ ଖୋଜିବା ଲାଗି ତଦନ୍ତ ଆରମ୍ଭ କରିଛି ଆସାମ ପୋଲିସ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.