ପ୍ରମୂଖ ଖବର
  • ଗଞ୍ଜାମ ଜିଲ୍ଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ; ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ, ୧୮ ଗିରଫ
  • ||
  • ହବିଷ୍ୟାଳିଙ୍କୁ ମିଳିବ ସୁରକ୍ଷା, ମାର୍ଗଶୀର ମାସରୁ ଶୃଙ୍ଖଳିତ ଦର୍ଶନ କରିବେ ଭକ୍ତ
  • ||
  • ଆଠମଲ୍ଲିକରେ ଆଖି ବୁଜିଲା ଆଉ ଏକ ହାତୀ, ୫ ଦିନରେ ୨ ହାତୀଙ୍କ ମୃତ୍ୟୁ
  • ||
  • ରାଜଧାନୀର ୭ ପୂଜା ମଣ୍ଡପକୁ ରାବଣ ପୋଡ଼ି ଲାଗି ଅନୁମତି, ପ୍ରଶାସନର ନିୟମ ମାନିବାକୁ ନିର୍ଦ୍ଦେଶ
  • ||
  • ନୟାଗଡ଼ : ଥାନାରୁ ଅଭିଯୁକ୍ତ ଫେରାର, ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
  • ||
  • ଚନ୍ଦ୍ରଭାଗା ସମୁଦ୍ରରେ ବୁଡି ଯୁବକ ମୃତ, ଅପମୃତ୍ୟୁ ମାମଲା ରୁଜୁ
  • ||
  • ପାଟଣା ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ, ଲୋକେ ଆତଙ୍କିତ
  • ||
  • ଆଜି ମା’ଙ୍କ ବିଜୟାଦଶମୀ, ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼
  • ||
  • ଆସ୍କା : ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ
  • ||

ସ୍କୁଲ ଓ ଆବାସିକ ଅଞ୍ଚଳ ଉପରେ ଏୟାର ଷ୍ଟ୍ରାଇକ କଲା ଇସ୍ରାଏଲ,୧୩ ପାଲେଷ୍ଟାଇନ ମୃତ

ନୂଆଦିଲ୍ଲୀ,୦୭/୦୯:  ପୁଣି ଇସ୍ରାଏଲର ଆକ୍ରମଣ। ଗାଜାର ସ୍କୁଲ ଓ ଆବାସିକ ଅଞ୍ଚଳ ଉପରେ ଏୟାର ଷ୍ଟ୍ରାଇକ କରିଛି ଇସ୍ରାଏଲ । ଫଳରେ ୧୩ ଜଣ ପାଲେଷ୍ଟାଇନଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଥିବା ନେଇ ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କ ସରକାରୀ ଏଜେନ୍ସି WAFAକୁ ସୂଚନା ଦେଇଛନ୍ତି । 

ତେବେ WAFA କହିଛି ଯେ, ଗାଜାର ସ୍କୁଲ୍ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ୍ କରିଛି। ଏଥିରେ ୧୩ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ୮ ଜଣ ଶରଣାର୍ଥୀ ଥିଲେ। ଇସ୍ରାଏଲ୍ ସେନା ଏକ ବିବୃତ୍ତିରେ କହିଛି ଯେ, ହମାସ କମାଣ୍ଡ ଏବଂ କଣ୍ଟ୍ରୋଲ ସେଣ୍ଟରରେ ଥିବା ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରାଯାଇଛି। ଏମାନଙ୍କୁ ଉତ୍ତର ଗାଜାର 'ହଲିମା ଅଲ-ସାଦିଆ' ସ୍କୁଲ୍ ଆଶ୍ରୟସ୍ଥଳୀରେ ଲୁଚାଇ ରଖାଯାଇଥିଲା।  ତେବେ ଗାଜାରେ ପିଲାମାନଙ୍କୁ ପୋଲିଓ ଟିକା ଦେବା ପାଇଁ ତିନି ଦିନ ଯୁଦ୍ଧ ବିରାମ ରହିଥିଲା। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଆହ୍ୱାନ କ୍ରମେ ଅଗଷ୍ଟ ୩୦ରୁ ୩ ଦିନ ପର୍ଯ୍ୟନ୍ତ ଯୁଦ୍ଧ ବନ୍ଦ ରହିଥିଲା। ଏହାପରେ ପୁଣି ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.