ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଇସ୍ରାଏଲ ଆକ୍ରମଣରେ ହେଜ୍‌ବୁଲ୍ଲା ମୁଖ୍ୟ ହାସନ ନାସରଲ୍ଲାହଙ୍କୁ ମୃତ୍ୟୁ

ନୂଆଦିଲ୍ଲୀ,୨୮/୦୯:  ତୀବ୍ର ହେବାରେ ଲାଗିଛି ଇସ୍ରାଏଲ ଏବଂ ହେଜବୁଲ୍ଲା ମଧ୍ୟରେ ଲଢ଼େଇ। ଫଳରେ ଲେବାନନର ସାଧାରଣ ଲୋକମାନଙ୍କୁ ଏହାର ମୂଲ୍ୟ ଦେଉଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟରେ ଗୋଟିଏ ପରେ ଗୋଟିଏ ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ ଏଥିରେ ୟୁଏନଜିସିର ରେ ନେତାନ୍ୟାହୁଙ୍କ ଭାଷଣ ପରେ ଏହି ଆକ୍ରମଣ ହୋଇଥିଲା। ଲେବାନନର ରାଜଧାନୀ ବେରୁଟରେ ହେଜ୍‌ବୁଲ୍ଲାର ମୁଖ୍ୟାଳୟ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ହେଜ୍‌ବୁଲ୍ଲାର ହେଡ ଅଫିସ୍‌କୁ ଟାର୍ଗେଟ୍ କରି ଇସ୍ରାଏଲ ଏହି ଆକ୍ରମଣ କରିଥିଲା । ଯେଉଁଥିରେ ହେଜ୍‌ବୁଲ୍ଲା ମୁଖ୍ୟ ହାସନ ନାସରଲ୍ଲାହଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି।

ରିପୋର୍ଟରେ ଦାବି କରାଯାଉଛି ଯେ, ବିସ୍ଫୋରଣ ବେଳେ ନସରଲ୍ଲାହ ମୁଖ୍ୟାଳୟରେ ଉପସ୍ଥିତ ଥିଲା । ତେବେ ଏହି ଖବର ସତ୍ୟତା ସ୍ପଷ୍ଟ ହୋଇ ନାହିଁ ।  ବେରୁଟର ଦେହିଦରେ କରାଯାଇଥିବା ଏହି ଆକ୍ରମଣରେ ୬ ଟି କୋଠାକୁ ଟାର୍ଗେଟ କରାଯାଇଥିଲା। ଏହି ଆକ୍ରମଣରେ ଅନେକ ହେଜବୁଲ୍ଳା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଏହି ଆକ୍ରମଣରେ ହେଜବୁଲ୍ଲାର ମୁଖ୍ୟ ହାସନ ନାସରଲ୍ଲାହ ମଧ୍ୟ ନିହତ ହୋଇଥିବା କୁହାଯାଉଛି। ତେବେ ଏନେଇ ଇସ୍ରାଏଲ ତରଫରୁ କୌଣସି ସ୍ପଷ୍ଟ ଘୋଷଣା ହୋଇନାହିଁ। ଲେବାନନ୍ ସଶସ୍ତ୍ର ଗୋଷ୍ଠୀର ନିକଟ ସୂତ୍ର ନ୍ୟୁଜ୍ ଏଜେନ୍ସି ରଏଟର୍ସକୁ କହିଛି ଯେ, ଶୁକ୍ରବାର ସନ୍ଧ୍ୟାରେ ବେରୁଟର ଦକ୍ଷିଣ ଉପକଣ୍ଠରେ ଇସ୍ରାଏଲ୍ ଆକ୍ରମଣ ପରେ ହେଜବୁଲ୍ଲା ମୁଖ୍ୟ ହାସନ ନାସରଲ୍ଲାହଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତାଙ୍କ ସହ ଯୋଗାଯୋଗ କରାଯାଇପାରିବ ନାହିଁ। ସେପଟେ ହେଜବୁଲ୍ଲା କହିଛି, ଆକ୍ରମଣ ପରେ ହାସନ ନାସରଲ୍ଲାହ ଭଲ ଅଛନ୍ତି। ଇସ୍ରାଏଲର ଏହି ଆକ୍ରମଣ ଯୋଗୁଁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ବିଶ୍ୱାସ କରାଯାଏ, କାରଣ ୬ଟି ବିଲ୍ଡିଂର ବର୍ଜ୍ୟବସ୍ତୁ ଏବେବି ଖୋଜା ଚାଲିଛି। ପ୍ରାରମ୍ଭିକ ବିସ୍ଫୋରଣ ପରେ ଇସ୍ରାଏଲ ଦକ୍ଷିଣ ଉପକଣ୍ଠର ଅନ୍ୟ ଅଞ୍ଚଳ ଉପରେ ଅନେକ ଆକ୍ରମଣ କରିଥିଲା।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.