ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ସୋସିଆଲ ମିଡିଆ ‘ଏକ୍ସ’ରେ ପଠାଇଲେ ବାର୍ତ୍ତା...

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୭ ସେପ୍ଟେମ୍ବର) ରେ ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଶ ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। ଏହି ସମୟରେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୪ ତମ ଜନ୍ମଦିନ ପାଇଁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଛନ୍ତି । 

ଜର୍ଜିଆ ମେଲୋନି ଏହି ପୋଷ୍ଟରେ କହିଛନ୍ତି ଯେ,"ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭକାମନା । ମୁଁ ନିଶ୍ଚିତ ଯେ ଇଟାଲୀ ଏବଂ ଭାରତ ମଧ୍ୟରେ ଆମର ବନ୍ଧୁତା ଏବଂ ସହଯୋଗକୁ ଆଗକୁ ବଢାଇବା ଜାରି ରଖିବୁ । ଯାହାକି ବିଶ୍ବର ଆହ୍ବାନକୁ ମୁକାବିଲା କରିବ । ସୂଚନାଥାଉକି,ଯେ ପ୍ରଧାନମନ୍ତ୍ରୀ ମୋଦୀ ୧୭ ସେପ୍ଟେମ୍ବର ୧୯୫୦ ରେ ଗୁଜୁରାଟର ବଡନଗରରେ ଜନ୍ମଗ୍ରହଣ କରିଥିଲେ । କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବା ନରେନ୍ଦ୍ର ମୋଦୀ ହେଉଛନ୍ତି ଦ୍ୱିତୀୟ ପ୍ରଧାନମନ୍ତ୍ରୀ।

ଅନ୍ୟପକ୍ଷରେ ଯଦି ଆମେ ଜର୍ଜିଆ ମେଲୋନିଙ୍କ କଥା କହିବା ତେବେ, ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ଜର୍ଜିଆ ମେଲୋନି ଜଣେ ସାମ୍ବାଦିକ ଥିଲେ । ସେ ୪୫ ବର୍ଷ ବୟସରେ ଇଟାଲୀର ପ୍ରଧାନମନ୍ତ୍ରୀ ହୋଇଥିଲେ । ଜର୍ଜିଆ ମେଲୋନି ୧୫ ଜାନୁୟାରୀ ୧୯୭୭ ରେ ରୋମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଏକ ଝିଅ ମଧ୍ୟ ଅଛି, ଜର୍ଜିଆ ମେଲୋନିଙ୍କ ପିତା ଜଣେ ଆକାଉଣ୍ଟାଣ୍ଟ ଥିଲେ । ଜର୍ଜିଆ ୨୦୦୮ମସିହାରେ ୩୧ ବର୍ଷ ବୟସରେ ଇଟାଲୀର ସର୍ବ କନିଷ୍ଠ ମନ୍ତ୍ରୀ ହୋଇଥିଲେ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.