ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବାରାମୁଲ୍ଲାରେ ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳିବିନିମୟ, ୨ ଆତଙ୍କବାଦୀ ମୃତ, ସର୍ଚ୍ଚ ଅପରେସନ ଜାରି...

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ବାରାମୁଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ଏଥିସହ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି । ବାରାମୁଲାର ରାଫିଆବାଦ ଅଞ୍ଚଳର ୱାଟରଗାମ ହାଦିପୋରାରେ ଦିନସାରା ସର୍ଚ୍ଚ ଅପରେସନ ପରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଛି । ଦୁଇ ଆତଙ୍କବାଦୀ ଏହି ଅଞ୍ଚଳରେ ଫସି ରହିଥିଲେ ଏବଂ ଲଗାତାର ଭାବେ ସୁରକ୍ଷାବାହିନୀ ଗୁଳି ବିନିମୟ କରୁଥିଲେ ।  

 ଏହାପୂର୍ବରୁ ସୋମବାର କେନ୍ଦ୍ରଶାସିତ ଅଞ୍ଚଳର ବାନ୍ଦିପୋରା ଜିଲ୍ଲାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ । ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ରବିବାର ରାତିରେ ଜିଲ୍ଲାର ଅରଗାମ ଅଞ୍ଚଳରେ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ, ଯାହା ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା।

ତେବେ ଆଜିର ଏନକାଉଣ୍ଟର ବାବଦରେ ଜଣେ ଅଧିକାରୀ କହିଛନ୍ତି ଯେ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ବୁଧବାର ସକାଳେ ବାରାମୁଲ୍ଲା ଜିଲ୍ଲାର ୱାଟରଗାମ ଅଞ୍ଚଳରେ ସୁରକ୍ଷା ବାହିନୀ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଛି । ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇବା ପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ପରେ ଏହା ଏନକାଉଣ୍ଟରରେ ପରିଣତ ହୋଇଥିଲା । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.