ପ୍ରମୂଖ ଖବର
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଘରେ ପଶି କଳାକନା ବୁଲେଇଲେ ଲୁଟେରା, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି

Published By : Harapriya Sethi | March 6, 2025 9:11 AM

ଭୁବନେଶ୍ୱର,୦୬/୦୩: ଘରେ କେହି ନଥିବାର ସୁଯୋଗ ନେଇ କଳାକନା ବୁଲେଇଲେ ଲୁଟେରା । ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆରମ୍ଭ କରିଛି ଛାନଭିନ୍‌ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ଗୋପପୁର ଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ଗୋପପୁର ଗାଁର ଏକ ଘରେ ଲୁଟ୍‌ ହୋଇଛି । ଘରେ କେହି ନଥିବାର ସୁଯୋଗ ନେଇ ଲୁଟେରା ଘରେ ପଶିଥିଲେ । ଘରେ ପଶି ଆଲମୀରା ଭାଙ୍ଗି ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିଲେ । ପରିବାର ଲୋକେ ଘର ପହଞ୍ଚି ଲୁଟ୍‌ ହୋଇଥିବା ଜାଣିବାକୁ ପାଇଥିଲେ । ଲୁଟ୍ ହୋଇଥିବା ଜାଣି ତୁରନ୍ତ ନିଶ୍ଚିନ୍ତକୋଇଲି ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ନିଶ୍ଚିନ୍ତକୋଇଲି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.