ପ୍ରମୂଖ ଖବର
  • ଭୁବନେଶ୍ୱର : ସହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ||
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ମହାପ୍ରଭୁଙ୍କ ଆଶିଷ ନେଲେ ଜାମ୍ମୁ କାଶ୍ମୀରର ରାଜ୍ୟପାଳ ରାଜେନ୍ଦ୍ର ସିହ୍ନା ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାଭିସ…

Published By : Prameya | March 28, 2025 11:31 PM

ପୁରୀ,୨୮/୩: ଶୁକ୍ରବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶିଷ ନେଇଛନ୍ତି ଜାମ୍ମୁ ଓ କାଶ୍ମୀରର ରାଜ୍ୟପାଳ ରାଜେନ୍ଦ୍ର ସିହ୍ନା ଓ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ । ପୃଥକ ପୃଥକ ସମୟରେ ଅତିଥି ମାନେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତଙ୍କୁ ଦର୍ଶନ କରିଛନ୍ତି । ଉଭୟ ଅତିଥିଙ୍କୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇ ଶ୍ରୀମନ୍ଦିରକୁ ପାଛୋଟି ନିଆଯାଇଥିଲା। ଶ୍ରୀ ଫଡନାଭିସଙ୍କ ସହ ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌ପି ବିନୀତ ଅଗ୍ରୱାଲ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ। ସେହିପରି ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନ ବାଚସ୍ପତି ରମଣ କୁମାର ମଧ୍ୟ ଶନିବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅତିଥିମାନେ ଶ୍ରୀମନ୍ଦିରରେ ମା’ ବିମଳା ଓ ମା’ଲକ୍ଷ୍ମୀଙ୍କ ସମେତ ବେଢ଼ାରେ ଥିବା ପାଶ୍ୱର୍ଦେବଦେବୀଙ୍କୁ ଦର୍ଶନ କରିଥିଲେ।

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.