ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ଯୁବକ ମୃତ

ଭଞ୍ଜନଗର,୧୨/୯ ଭଞ୍ଜନଗର ଆରଟିଓ ଅଫିସ ଛକ ସ୍ଥିତ ବୁଲାଣିଆ ରାସ୍ତା ରେ ବୋଲେରୋ- ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଯୁବକର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ଗ୍ରାମର ରମିନ୍ କୁମାର ପ୍ରଧାନ (୨୮)। 

 ଉମରକୋଟ ଅଞ୍ଚଳର ଏକ ବୋଲେରୋ ଭଞ୍ଜନଗର ପଟୁ ଉମରକୋଟ ଅଭିମୁଖେ ଯାଉଥିଲା।  ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ଗ୍ରାମର ବଂଶୀଧର ପ୍ରଧାନ ଙ୍କ ପୁଅ ରମିନ୍ କୁମାର ପ୍ରଧାନ (୨୮)ଙ୍କ ବାଇକରେ ଯାଉଥିବା ବେଳେ ଭଞ୍ଜନଗର ଆରଟିଓ ଅଫିସ ଛକ ସ୍ଥିତ ବୁଲାଣିଆ ରାସ୍ତା ରେ ଉଭୟଙ୍କ ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରମିନ୍ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଭଞ୍ଜନଗର ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଏଠାରୁ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ହସ୍ପିଟାଲ କୁ ସ୍ଥାନାନ୍ତର କରାଯାଇଥିଲା। ଆଉ ସେଠାରେ ପହଞ୍ଚିବା ମାତ୍ରେ ରମିନଙ୍କ ପ୍ରାଣବାୟୁ ଉଡି ଯାଇଥିଲା।

ଆହୁରି ପଢନ୍ତୁ : ଡାକ୍ତରଙ୍କୁ ଅପହରଣ ଘଟଣା : ଦମ୍ପତି ସମେତ ୪ ଗିରଫ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.