କଟକ,୧୭/୧ : ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା । ଚଳିତ ମାସ ୧୯ରେ ଅବସର ନେଉଛନ୍ତି ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ଫଳରେ ତାଙ୍କ ସ୍ଥାନରେ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି । ଆସନ୍ତା ଜାନୁଆରୀ ୨୦ତାରିଖରୁ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ଗ୍ରହଣ କରିବେ।