ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି

Published By : Harapriya Sethi | May 12, 2025 1:04 PM

ଭୁବନେଶ୍ୱର, ୧୨/୦୫: ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜିଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି, ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ । କର୍ଣ୍ଣାଟକ ହାଇକୋର୍ଟରୁ ବଦଳି ହୋଇ ଆସିଥବା ଜଷ୍ଟିସ ଶ୍ରୀପଦ, ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶ୍ରୀପଦଙ୍କୁ ଶପଥ ପାଠ କରାଇଛନ୍ତି। 

ଜଷ୍ଟିସ ଦୀକ୍ଷିତ କ୍ରୀଷ୍ଣା ଶ୍ରୀପଦ, ୧୯୮୯ ମସିହାରେ ଜଣେ ଆଇନଜୀବୀ ଭାବେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। କର୍ଣ୍ଣାଟକ ଏବଂ ମାଡ୍ରାସ ହାଇକୋର୍ଟରେ ସେ ଜଣେ କଂଷ୍ଟିଚ୍ୟୁସନାଲ ଲୟର ଭାବେ ବେଶ ସୁନାମ ଅର୍ଜନ କରୁଥିଲେ । ତା ସହିତ ସମୟ କ୍ରମେ ସେ ଭାରତୀୟ ନିର୍ବାଚନ କମିଶନ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନଙ୍କ ଓକିଲ ଭାବେ ବେଶ ଦକ୍ଷତାର ସହିତ କାମ କରିଛନ୍ତି । ୨୦୧୪ ମସିହାରେ ସେ ଆସିଷ୍ଟାଣ୍ଟ ସାଲିସିଟର ଜେନେରାଲ ଭାବେ ଭାରତ ସରକାରଙ୍କ ପାଇଁ କାର୍ଯ୍ୟ କରୁଥିଲେ । ୨୦୧୮ ମସିହା ଫେବୃୟାରୀ ୧୪ ତାରିଖରେ ତାଙ୍କୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। 

ଆଜିର ଶପଥ ଗ୍ରହଣ ଉତ୍ସବରେ ଓଡିଶା ହାଇକୋର୍ଟର ସମସ୍ତ ବିଚାରପତି, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପୋଲିସ କମିଶନର, କଟକ ଡିସିପିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଆଇନଜୀବୀ ମାନେ ଯୋଗ ଦେଇଥିଲେ । ଜଷ୍ଟିସ ଶ୍ରୀପଦ କାର୍ଯ୍ୟରେ ଯୋଗ ଦେବାପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ ରେ ପହଞ୍ଚିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.