ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ବରୁଣଗାଡିଆ ନିକଟରେ ଯାତ୍ରୀବାହୀ ବସ୍ 'କାଳିଆନନା' ଦୁର୍ଘଟଣା, ଏକାଧିକ ଯାତ୍ରୀ ଆହତ

ଜଳେଶ୍ୱର ୦୨/୦୫ : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ବରୁଣଗାଡିଆ ନିକଟରେ ଯାତ୍ରୀବାହୀ ବସ୍ କାଳିଆନନା ଦୁର୍ଘଟଣାଗ୍ରସ୍ଥ। ଏହି ଦୁର୍ଘଟଣାରେ ଏକାଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବିକ, କାଳିଆନନା ନାମ ଏକ ଯାତ୍ରୀବାହୀ ବସ ୬୦ ରୁ ଅଧିକ ଯାତ୍ରୀ ନେଇ ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା। ଗୁରୁବାର ହେଲେ ରାତି ପ୍ରାୟ ୩ଟା  ସମୟରେ ୬୦ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ବରୁଣଗଡ଼ିଆ ନିକଟରେ ହୋଇଥିଲା ଦୁର୍ଘଟଣାର ଶିକାର । ଆଗରେ ଯାଉଥିବା ଏକ ଗାଡିକୁ ପଛପଟୁ ଧକ୍କା ଦେଇଥିଲା । ଯାହାଫଳରେ ଗାଡିରେ ଥିବା ଅନେକ ଯାତ୍ରୀ ଆହତ ହୋଇଥିଲେ । ଏହାପରେ ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକ ଦୁର୍ଘଟଣାଗ୍ରସ୍ତ ବସ୍‌ରୁ ଆହତଙ୍କୁ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନାମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚ ବସ୍‌କୁ ଅଟକ ରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.