ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ, ମଙ୍ଗୁଳି ନିକଟରେ ଧାରଣାରୁ ଖସିଲା ୮ ବଗି

Published By : Prameya | March 30, 2025 1:05 PM

କଟକ ୩୦/୦୩: ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ। କଟକ ମଙ୍ଗୁଳି ଚୌଦ୍ବାର ନିର୍ଗୁଣ୍ତି ନିକଟରେ ଧାରଣାରୁ ଖସିଲା ୮ ବଗି ( ବି-୬ରୁ ବି ୧୪ ବଗି)। ଦୁର୍ଘଟଣା ବେଳେ ଛାନିଆରେ ଟ୍ରେନ୍‌ରୁ ଡେଇଁପଡିଲେ ଯାତ୍ରୀ। ଦୁର୍ଘଟଣାରେ ଜଣେ ମୃତ୍ୟୁ ନେଇ ସୂଚନା ମିଳିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚି ଥିବା ଜଣାପଡିଛି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଜୋରଦାର ଅପରେସନ୍ ଆରମ୍ଭ ହୋଇଛି। ଘଟଣାସ୍ଥଳରେ ଆର୍‌ପିଏଫ୍ ଏବଂ ଜିଆର୍‌ପିଏଫ ଏବଂ ସ୍ଥାନୀୟଲୋକ ଉଦ୍ଧାର କରୁଥିବା ଜଣାପଡିଛି। ଆହତଙ୍କୁ ଉଦ୍ଧାର କରାଯାଇ କଟକ ମେଡିକାଲ ପଠାଯାଇଛି।

ସୂଚନା ମୁତାବକ, କଟକ ମଙ୍ଗୁଳି ଚୌଦ୍ବାର ନିର୍ଗୁଣ୍ତି ନିକଟରେ ବେଙ୍ଗାଲୁରୁ-ଗୌହାଟୀ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିଲା । ଫଳରେ ଧରଣାରୁ ୮ ଟି ବଗି ଖସି ଯାଇଥିଲା । ଦୁର୍ଘଟଣା ହେବା ଫଳରେ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଡରି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀ ଅତ୍ୟଧିକ ଭୟଭୀତ ହୋଇ ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ । ଏହି ଦୁର୍ଘଟଣାରେ ଯାତ୍ରୀ ଜଣକ ପ୍ରାଣ ହରାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ରେଳବାହିନୀ ଟିମ୍ ପହଞ୍ଚି ଆହତ ହୋଇଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିବା ପାଇଁ ଜୋରଦାର ଅପରେସନ୍ ଆରମ୍ଭ କରିଛି । ଏହି ଲାଇନ୍‌ରେ ଆସିବାକୁ ଥିବା ଅନ୍ୟ ଟ୍ରେନ୍‌ଗୁଡିକୁ ବାତିଲ କରିଦିଆଯାଇଥିବା ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.