ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

କଣିହାଁ ପଞ୍ଚାୟତ ସମିତି ସାଧାରଣ ବୈଠକ, ଶିଳ୍ପସଂସ୍ଥା ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ଉଦବେଗ

Published By : Harapriya Sethi | May 14, 2025 2:06 PM

କଣିହାଁ,୧୪/୦୫: କଣିହାଁ ବ୍ଲକ୍ ସଭାଗୃହ ପରିସରରେ ବୁଧବାର କଣିହାଁ ପଞ୍ଚାୟତ ସମିତିର ପଞ୍ଚମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ ବୈଠକରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ତ୍ରିପୁରାରୀ ପ୍ରଧାନ, ତାଳଚେର ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପ୍ରଧାନ, ପାଳଲହଡା ବିଧାୟକଙ୍କ ପ୍ରତିନିଧି ପ୍ରହ୍ଲାଦ ସାମଲ, ୯ ଜୋନ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ କୁମାର ସାହୁ, କଣିହାଁ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଜୟନ୍ତୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିବିକ୍ରମ କୁମାର ପ୍ରମୁଖ ମଞ୍ଚାସୀନ ହୋଇଥିଲେ।

ଶିକ୍ଷା, ସ୍ୱାସ୍ଥ୍ୟ, ମନରେଗା, ପାନୀୟ ଜଳ, ବିଦ୍ୟୁତ ସମସ୍ୟା, ଏନଟିପିସି, ଏମ୍‌ସିଏଲ ଓ ଜେଆଇଟିପିଏଲ ଆଦି ପ୍ରକଳ୍ପ ସିଏସଆର କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା । ସ୍ଥାନୀୟ ଅଞ୍ଚଳରେ ଗଢି ଉଠିଥିବା ଶିଳ୍ପ ସଂସ୍ଥା ଗୁଡିକର କ୍ଷମତା ସମ୍ପର୍ଣ୍ଣ ଅଧିକାରୀ ବୈଠକରେ ଅନୁପସ୍ଥିତ ନେଇ ଜନ ପ୍ରତିନିଧିମାନେ ଉଦବେଗ ପ୍ରକାଶ କରିଥିଲେ । ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ, ବହୁ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା ସାମିଲ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.