ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ହବିଷ୍ୟାଳୀ ବ୍ରତର ଶୁଭାରମ୍ଭ, ମା ମାନଙ୍କ ସେବା, ସମର୍ପଣ ଓଡିଶାକୁ ସମୃଦ୍ଧ କରିବ କହିଲେ ଉପମୁଖ୍ୟମନ୍ତ୍ରୀ...

ପୁରୀ ୧୮/୧୦: ହବିଷ୍ୟାଳୀ ମା’ ମାନେ ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କ ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି । ଯାହା ଆମ ଓଡିଶାକୁ ସମୃଦ୍ଧ କରିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ଆଜି ଅପରାହ୍ନରେ ବୃନ୍ଦାବତୀ ନିବାସ ପରିସରରେ ଚଳିତ ବର୍ଷ ହବିଷ୍ୟାଳୀ ବ୍ରତ ବା ରାଇଦାମୋଦର ବ୍ରତର ମୁଖ୍ୟ ଅତିଥି ଭାବେ ଶୁଭାରମ୍ଭ କରିଛନ୍ତି ଶ୍ରୀମତୀ ପରିଡା। ଏକମାସ ଧରି ହବିଷ୍ୟାଳୀ ମା ମାନେ ଶ୍ରୀକ୍ଷେତ୍ରରେ ରହି ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନରେ ବ୍ରତୀ ହେବେ। ଏହା ସେମାନଙ୍କୁ ଯେତିକି ଆଧ୍ୟାତ୍ମିକ ଓ ଧାର୍ମିକ ଶାନ୍ତି ଦେବ ତାଙ୍କୁ ସେବା ଓ ସହଯୋଗ ଯୋଗାଉଥିବା ଅଧିକାରୀ, କର୍ମଚାରୀ ଓ ସ୍ବେଚ୍ଛାସେବୀ ମାନେ ମଧ୍ୟ ଅନୁରୂପ ଆଶୀର୍ବାଦ ପ୍ରାପ୍ତ ହେବେ। ଓଡିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ମା ମାନେ ଯେପରି ସ୍ବଛନ୍ଦ,ସୁଵିଧା ଓ ଶୃଙ୍ଖଳାରେ ବ୍ରତ କରିବେ ତାହା ପ୍ରତି ସରକାର ଓ ପ୍ରଶାସନ ଯତ୍ନବାନ ଅଟନ୍ତି । ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀମତୀ ପରିଡା ସୂଚନା ଦେଇଛନ୍ତି । ମୁଖ୍ୟ ବକ୍ତାଭାବେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡା ଓ ଯୁବସେବା ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓଡ଼ିଆ ସଂସ୍କୃତିରେ ବାର ମାସରେ ତେର ପର୍ବ ଆମ ପରମ୍ପରାକୁ ମହାନ କରିଛି । ହବିଷ୍ୟାଳୀ ବ୍ରତ ମଧ୍ୟ ସେହିପରି ଏକ ଅନନ୍ୟ ଧାର୍ମିକ ବ୍ରତ ଭାବେ ପ୍ରତିଷ୍ଠିତ । ଏକ ମାସ ବ୍ରତର କଠୋର ସାଧନା, ଇଶ୍ୱରଙ୍କ ପ୍ରତି ମା ମାନଙ୍କ ତ୍ୟାଗ, ସମର୍ପଣ ଆମ ସଂସ୍କୃତି ର ଅନନ୍ୟ ଉଦାହରଣ । ଚଳିତ ବର୍ଷ ସଂସ୍କୃତି ବିଭାଗ ମା ମାନଙ୍କ ସୁଖଦ ବ୍ରତ ପାଇଁ ଅର୍ଥ ମଞ୍ଜୁର ସହ ସରକାର ସମସ୍ତ ସହଯୋଗ କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି ।

ସେହିପରି ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ମା ମାନଙ୍କ ହବିଷ୍ୟାଳୀ ବ୍ରତ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ସମସ୍ତଙ୍କୁ ସ୍ବାଗତ କରିବା ସହ ମା ମାନଙ୍କ ବ୍ରତ ଯେପରି ନିର୍ବିଘ୍ନରେ ସମାପନ ହେବ ସେଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମା ମାନଙ୍କ ଏକ ମାସର ହବିଷ ବ୍ରତ ପାଇଁ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ କରିଯାଇଛି ବୋଲି କହିବା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରୱାଲ ଉପସ୍ଥିତ ଥିଲେ । ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମଞ୍ଚ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର,ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ନିରଞ୍ଜନ ବାରିକ,ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ । ପରେ ଅତିଥି ମାନେ ମହାପ୍ରଭୁଙ୍କ ଉଦ୍ଦେଶ୍ୟ ରେ ବୃନ୍ଦାବତୀ ନିବାସରେ ଆକାଶ ଦୀପ ପ୍ରଜ୍ୱଳନ କରିଥିଲେ । ସଂଧ୍ୟାରେ ମହାପ୍ରସାଦ ସେବନ ସହ ଆଧ୍ୟାତ୍ମିକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତ୍ୟେକ ନିବାସରେ ଆୟୋଜିତ କରାଯାଇଥିଲା । ବିଭିନ୍ନ ରହଣୀ ନିବାସରେ ୨୫୪୪   ହବିଷ୍ୟାଳୀ ରହିଥିବା ବେଳେ ସମସ୍ତ ନିବାସର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ସାରିଥିବାରୁ ଆଉ କୌଣସି ନୂତନ ହବିଷ୍ୟାଳୀଙ୍କୁ ରଖାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.