ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଛନ୍ତି ଖଡଗେ, ଆସନ୍ତାକାଲି ସିମୁଳିଆରେ ରାହୁଲଙ୍କ ସମାବେଶ

ଭୁବନେଶ୍ୱର,୨୯/୦୫ : ଓଡ଼ିଶାର ଶେଷ ପର୍ଯ୍ୟାୟ ନିର୍ବାଚନ ଜୁନ୍‌ ୧ରେ ରହିଛି । ସେଥିପାଇଁ ଓଡ଼ିଶା ଆସୁଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ । ସେ ବୁଧବାର ଦିନ ୧୧ଟାରେ ବାଲେଶ୍ୱରରେ ପହଞ୍ଚିବେ । କଂଗ୍ରେସ ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ପାଇଁ ପ୍ରଚାର କରିବେ । ବାଲେଶ୍ୱରରେ ସଭା ସରିବା ପରେ ଭଦ୍ରକ ଯିବେ ଖଡ୍‌ଗେ । ଅପରାହ୍ନ ୩ଟାରେ ଚାନ୍ଦବାଲିରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ । ପରେ ସେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । 

ସେହିପରି କଂଗ୍ରେସର ପୋଷ୍ଟର୍‌ବୟ ରାହୁଲ ଗାନ୍ଧି ୩୦ରେ ଓଡ଼ିଶା ଆସିବେ । ସେହିଦିନ ୧୧ଟାରେ ସିମୁଳିଆ ସାନମହିତପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେଇ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବେ । ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଏହି ସୂଚନା ଦେଇଛନ୍ତି ।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.