ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନବସର ସେବା: ଆଜି ଖଡି ପ୍ରସାଦ ବିଜେ ସହ ବନକଲାଗି ନୀତି

ପୁରୀ ୦୫/୦୭: ଆଜି ଅଣବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ  ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ।

ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାବେଳେ ଦତ୍ତମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କ ଏହି ନୀତି କରିବେ। ତେବେ ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତ ମାନେ ବଞ୍ଚିତ ରହିବେ। 

ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତି କାନ୍ତି ରହିଛି। ଭକ୍ତ ମାନେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ରଥ ଟାଣିବାର ସୁଯୋଗ ପାଇବେ‌। ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.