ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଲାଞ୍ଚ ନେବା ଅଭିଯୋଗରେ ଖଣ୍ଡପଡା ତହସିଲଦାର ଗିରଫ

ଭୁବନେଶ୍ବର,୩।୭: ଲାଞ୍ଚ ନେବା ମହଙ୍ଗା ପଡିଲା ଖଣ୍ଡପଡା ତହସିଲଦାରଙ୍କୁ। ମୋରମ୍ ବୋଝେଇ ଗାଡ଼ି ଛାଡ଼ିବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ଅଭିଯୋଗରେ  ଭିଜିଲାନ୍ସ ହାତରେ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଧରାପଡି ଗିରଫ ହୋଇଛନ୍ତି।

ନୟାଗଡ ଜିଲ୍ଲା ସିଦ୍ଧାମୁଳା ନିକଟ ମହାନଦୀରୁ ବାଲି ବୋଝେଇକରି ହାଇୱା ଗାଡିରେ ବିଭିନ୍ନ ସ୍ଥାନକୁ ନିଆଯାଇଥାଏ । କୌଣସି କାରଣରୁ ଚନ୍ଦନ ଜେନାଙ୍କ ବାଲି ବୋଝେଇ ଗାଡିକୁ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଅଟକ ରଖିଥିଲେ । ଗାଡି ଛାଡିବା ପାଇଁ ତହସିଲଦାର ଗାଡିମାଲିକଙ୍କୁ ୨୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଗତକାଲି ରାତିରେ ପ୍ରସନ୍ନ ସାହୁଙ୍କ  ମାଧ୍ୟମରେ ଗାଡିମାଲିକଙ୍କ ଠାରୁ ଟଙ୍କା ନେଉଥିବାବେଳେ ନୟାଗଡ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା ।  ତହସିଲଦାରଙ୍କ ପାଇଁ ଟଙ୍କା ନେଉଥିବା ପ୍ରସନ୍ନ ସାହୁ   କହିଥିଲେ।  ପ୍ରସନ୍ନ ସାହୁଙ୍କୁ  ନୟାଗଡ ଭିଜିଲାନ୍ସ  ଗିରଫ କରିଥିଲା । ଏହା ପରେ  ଭିଜିଲାନ୍ସ ଟିମ୍  ତହସିଲଦାର ଧୋବେଇ ନାୟକଙ୍କ କାର୍ଯ୍ୟାଳୟ, ଭଡ଼ା ଘର, ପୈତୃକ ଘର ସମେତ ଭୁବନେଶ୍ୱର ଘରେ ଚଢ଼ାଉ କରିଥିଲେ। ଚଢାଉରେ ନୟାଗଡ ଏବଂ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ସାମିଲ୍ ହୋଇଥିଲେ। ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। 

ଆହୁରି ପଢନ୍ତୁ : ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢୀଙ୍କ ପରଲୋକ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.