ଭୁବନେଶ୍ୱର ୦୭/୦୮: ଖଣ୍ଡପଡ଼ା ଗଡ଼ ରାଜା, ଉପବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ ହୃଦୟ ଜିନିତ ରୋଗରେ ପୀଡ଼ିତ ହୋଇ କିଛିଦିନ ହେବ ଅସୁସ୍ଥ ଥିଲେ। ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଖଣ୍ଡପଡ଼ା ଆସନରୁ ସେ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ଧରି କଂଗ୍ରେସ ଦଳରେ ଜଡ଼ିତ ଥିଲେ।
ସୂଚନା ଅନୁଯାୟୀ, ଗତ ୧୫ ଦିନ ହେବ ହୃଦ ଜନିତ ରୋଗରେ ପୀଡ଼ିତ ହୋଇ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଚିକିତ୍ସିତ ହେଉଥିଲେ। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ଖଣ୍ଡପଡ଼ା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ କଂଗ୍ରେସ ଟିକେଟରୁ ୧୯୮୦ ମସିହାରେ ଖଣ୍ଡପଡ଼ା ଆସନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ଏବଂ ୧୯୯୫ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ମନ୍ତ୍ର ଭାବେ କାର୍ଯ୍ୟ ତୁଲାଇଥିବା ବେଳେ ଓଡ଼ିଶା ବିଧାନସଭାର ଗୋଟିଏ ଥର ଉପବାଚସ୍ପତି ହୋଇଥିଲେ।