ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଧର୍ମଶାଳା ବିଧାୟକଙ୍କ ଅଫିସ ସାମ୍ନାରୁ ଖୋକା ଜବତ, ବିଜେଡି ନେତାଙ୍କ ନାମରେ ମାମଲା ରୁଜୁ

ଚଣ୍ଡିଖୋଲ,୨୮/୦୮: ଧର୍ମଶାଳରେ ବଢ଼ିବାରେ ଲାଗିଛି ରାଜନୈତିକ ବିବାଦ । ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ କୁମାରୀ ସ୍ଥିତ ଅଫିସ ସମ୍ମୁଖରୁ ଜବତ ହେଲା ଦୁଇଟି ଖୋକା । ଖୋକା ଜବତ କରି ଘଟଣାର ତଦନ୍ତ ଚଳାଇଛି ପୋଲିସ ।  

ସୂଚନା ମୁତାବକ, ଅଗଷ୍ଟ ମାସ ୨୫ ତାରିଖରେ ଧର୍ମଶାଳା ବିଜେଡିର କିଛି ନେତା ତଥା ଜିଲ୍ଲାପରିଷଦ ଜଳଧର ମହାନ୍ତି ଓ ଯୁବ ବିଜେଡି ସଭାପତି କ୍ଷିତୀଶ ନାୟକ ବିଧାୟକ ହିମାଂଶୁ ଶେଖରଙ୍କ କୁମାରୀ ସ୍ଥିତ ଅଫିସ ପାଖକୁ ଆସିଥିଲେ । ସେଠାରେ ବିଧାୟକଙ୍କ ସମର୍ଥକଙ୍କୁ ଧମକ ଚମକ ଦେବା ସହ ଫାଙ୍କା ଗୁଳି ଚାଳନା ମଧ୍ୟ କରିଥିଲେ । ପରେ ଏନେଇ ବିଧାୟକଙ୍କ ସମର୍ଥକ ବିଜେଡି ନେତାଙ୍କ ନାଁରେ ଧର୍ମଶାଳା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ତେବେ ବୁଧବାର ଅଫିସ ସମ୍ମୁଖରୁ ଦୁଇଟି ଖୋକା ଜବତ କରିଛି ଧର୍ମଶାଳା ପୋଲିସ । ପରେ ଏନେଇ ଅଧିକ ତଦନ୍ତ ଆରମ୍ଭ କରିଛି ପୋଲିସ । ଅନ୍ୟପଟେ ଜିଲ୍ଲାପରିଷଦ ତଥା ଧର୍ମଶାଳା ବ୍ଲକ ବିଜେଡି ସଭାପତି ଉକ୍ତ ଅଭିଯୋଗକୁ ଖଣ୍ଡନ କରିବା ସହ ଏହାକୁ ସମ୍ପୂର୍ଣ ଭିତ୍ତିହୀନ ବୋଲି କହିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.