ପ୍ରମୂଖ ଖବର
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା-ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକକାଳୀନ ୧୦ଟି ସ୍ଥାନରେ ରେଡ୍

Published By : Prameya | March 25, 2025 8:42 AM

ଭୁବନେଶ୍ଵର, ୨୫/୦୩ : ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା-ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ। ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ। ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢାଉ। 

ଏହି ଚଢାଉରେ ୯ ଜଣ ଡିଏସ୍‌ଏସ୍‌ପି, ୪ ଜଣ ଇନ୍ସପେକ୍ଟର, ୧୩ ଜଣ ଏଏସଆଇ, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ଟିମ୍ ଖୋର୍ଦ୍ଧା, ଭୁବନେଶ୍ବର ଓ ବ୍ରହ୍ମପୁରରେ ରେଡ୍ କରୁଛନ୍ତି। ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଭୁବନେଶ୍ଵର ଜାଗମରାରେ ଏକ ଫ୍ଲାଟ୍, ଖାରବେଳନଗରରେ ଏକ ଫ୍ଲାଟ୍, ପଙ୍କଲାପଲ୍ଲୀରେ ଦୁଇ ମହଲା ଘର, ଅଙ୍କୁଲିରେ ତିନି ମହଲା କୋଠା, ସୋରୋଡ଼ା ସ୍ଥିତ ପୈତୃକ ଘର, ଲାଞ୍ଜିପାଲ୍ଲୀରେ ଥିବା ଶାଳକଙ୍କ ଘର ଏବଂ ସରକାରୀ କାର୍ଯ୍ୟାଳୟରେ ରେଡ୍ ଚାଲିଛି। କଟକ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି।

ଏହି ଖବରଟିକୁ ପଢନ୍ତୁ-ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.