ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସମିତି ସଭ୍ୟଙ୍କ ଆତ୍ମହତ୍ୟା ଅଭିଯୋଗ, କାରଣ ଅସ୍ପଷ୍ଟ

Published By : Rasmita Pradhan | June 24, 2025 3:19 PM

କୋକସରା, ୨୪/୦୬ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ପଞ୍ଚାୟତର ସମିତି ସଭ୍ୟ ଦେବେନ୍ଦ୍ର ଧରୁଆଙ୍କ (୪୫ ବର୍ଷ) ଝୁଲନ୍ତା ମୃତଦେହ ଉଦ୍ଧାର। ବେକରେ ଫାଶୀ ଲଗାଇ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଧର୍ମଗଡ଼ ଡାକ୍ତରଖାନାରେ କୋକୋସରା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  

ସୂଚନାନୁଯାୟୀ, ଖୁଣ୍ଟିଆ ପଞ୍ଚାୟତ ପିପଳପଡା ଗ୍ରାମର ଦେବେନ୍ଦ୍ର ଧରୁଆ ନିଜ ଘରେ ବେକରେ ରଶି ଲଗାଇ ଝୁଲୁଥିବା ପରିବାର ଲୋକେ ଦେଖିଥିଲେ। ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଧର୍ମଗଡ଼ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ଏନେଇ ଥାନାରେ ଖବର ଦେବାପରେ ପୁଲିସ ଧର୍ମଗଡ଼ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଳି ପୁଲିସ କହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.