ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପାରଳାଖେମୁଣ୍ଡି ସିଡିଏମଓ କାର୍ଯ୍ୟାଳୟର କିରାଣି, ପିଅନ
  • ||
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ଜାଣନ୍ତୁ ସୋମବାରର ରାଶିଫଳ; ଧନୁ ରାଶିର ଲୋକଙ୍କ ପାଇଁ କ'ଣ ରହିଛି ଖାସ୍...

Published By : Bijay Swain | August 11, 2025 12:49 AM

ମେଷ : ଏକାଦଶ ଚନ୍ଦ୍ର, ସୋମବାର ଓ ଅପରାହ୍ନ ୧ଟା ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧିପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଦଶମ ଚନ୍ଦ୍ର, ସୋମବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହ ଆରମ୍ଭ, ଭୂମି ପୂଜା ଏବଂ ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଘାତ ଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ, ବୟୋଜ୍ୟେଷ୍ଠ ବ୍ୟକ୍ତି ଏବଂ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ତିକ୍ତତା, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ । କର୍ମରେ ବିଫଳତା ଓ ସମ୍ମାନ ହାନି ହେବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମ ଚନ୍ଦ୍ର ଓ ଅତିଦଣ୍ଡ ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷାକର୍କଟ, ସେମାନେ ସତର୍କହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର, ସୋମବାର, ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ କ୍ଷୟ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଷଷ୍ଠ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ରୋଗ, ଋଣ, ଶତ୍ରୁ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଦେହ ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ନୂତନ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ, ସହକର୍ମୀ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ତୃତୀୟ ଚନ୍ଦ୍ର, ଦିବା ୧୦ଟା ୩୪ ମିନିଟ୍‌ ପରେ ତୃତୀୟା ତିଥି, ସୋମବାର ଓ ଅପରାହ୍ଣ ୧ଟା ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଦ୍ୱିତୀୟା ତିଥି ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଶ୍ରୀ ଚନ୍ଦ୍ର, ସୋମବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

ମୀନ : ଘାତ ଚନ୍ଦ୍ର, ଘାତ ତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଏବଂ ଅଯଥା ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ନିଶ୍ଚିତତାକୁ ପରିତ୍ୟାଗକରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.