ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଅଭୟାଙ୍କୁ ନ୍ୟାୟ ଦାବିରେ ଲାଇଟ୍‌ ଅଫ୍‌ କରି ରାସ୍ତାକୁ ଓହ୍ଲାଇଲେ ଆନ୍ଦୋଳନକାରୀ

ନୂଆଦିଲ୍ଲୀ,୦୫/୦୯:  ପୀଡ଼ିତା ଅଭୟାଙ୍କୁ ନ୍ୟାୟ ଦାବିରେ ଲାଇଟ୍‌ ଅଫ୍‌ କରି ରାସ୍ତାକୁ ଓହ୍ଲାଇଲେ ଆନ୍ଦୋଳନକାରୀ। ବୁଧବାର ପଶ୍ଚିମବଙ୍ଗର ରାଜଧାନୀରେ ଦେଖିବାକୁ ମିଳିଛି ଏଭଳି କିଛି ଆନ୍ଦୋଳନ। ସାରା ରାତି ଉଜାଗର ରହି ନ୍ୟାୟ ମାଗୁଛନ୍ତି ସାଧାରଣ ଲୋକେ। ତେବେ  କୋଲକାତା ସହର ସାରା ବ୍ୟାପିଗଲାଣି ବିକ୍ଷୋଭ ଓ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ। ଏହି ଘଟଣାର ଦୃଢ଼ ପ୍ରତିବାଦ ଓ ପୀଡ଼ିତା ଡାକ୍ତରଙ୍କୁ ନ୍ୟାୟ ଦାବିରେ ଗତକାଲି କୋଲକାତା ବ୍ୟାପୀ ସାରା ରାତି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବର୍ଗର ଲୋକେ। କ୍ୟାଣ୍ଡେଲ ଜାଳି ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି   । 

ସେପଟେ ଅଭୟାଙ୍କ ନ୍ୟାୟ ଦାବିରେ ଚାଲିଥିବା ଡାକ୍ତରଙ୍କ ଆନ୍ଦୋଳନରେ କାଲି ସାମିଲ ହୋଇଥିଲେ ଅଭୟାଙ୍କ ପରିବାର ସଦସ୍ୟ । କୋଲକାତାର ବିଭିନ୍ନ ସ୍ଥାନରେ ଗତକାଲି ଲାଇଟ୍ ଅଫ କରି କ୍ୟାଣ୍ଡେଲ ଜାଳି ଲୋକେ ପ୍ରତିବାଦ ଜଣାଇଥିଲେ। ସହରବ୍ୟାପି ଲାଇଟ୍ ବନ୍ଦ କରାଯିବା ସହ ବିକ୍ଷୋଭ କରାଯାଇଥିଲା । ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦା ବୋସ ମଧ୍ୟ ଲାଇଟ୍ ବନ୍ଦ କରି ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ। ସେହିପରି ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପ୍ରତିବାଦରେ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଡାକ୍ତରମାନଙ୍କୁ କାର୍ଯ୍ୟରେ ଯୋଗ ଦେବା ସହ ନ୍ୟାୟ ପାଇଁ ସୁପ୍ରିମ୍‌କୋର୍ଟଙ୍କ ଉପରେ ଭରସା କରିବାକୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ (ଆଇଏମ୍ଏ)ର ସଭାପତି ଅନୁରୋଧ କରିଛନ୍ତି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.