ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଭୋର ୪ଟା୩୭ରୁ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ଼, ମେଳା ପଡିଆରେ ଶ୍ରଦ୍ଧାଳୁଙ୍କ ଭିଡ

Published By : Suraj Kumar | February 3, 2025 8:08 PM

କୋଣାର୍କ,‌୩।୨(ଆପ୍ର) : ଭୋର ୪ଟା୩୭ରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼। ସୋମବାର ଅପରାହ୍ନରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବାରେ ଲାଗିଛି। ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୋଇ ମୁକ୍ତି ମିଳିଥାଏ ବୋଲି ବିଶ୍ଵାସ ରହିଛି। 

ଚନ୍ଦ୍ରଭାଗାରେ ବୁଡ ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ଶ୍ରଦ୍ଧାଳୁମାନେ ମେଳାପଡିଆରେ ବାଉଁଶ କଣି ଓ ପାଲ ପକାଇ ଛୋଟ ଛୋଟ କୁଡ଼ିଆରେ ବିଶ୍ରାମ ନେଉଛନ୍ତି। ମାଟି ହାଣ୍ଡିରେ ଭାତ,ଶୁଖୁଆ ଡାଲମା ରୋଷେଇ ବାସ୍ନା ମହକୁଛି। ରୋଷେଇ ସାରି କୁଡ଼ିଆରେ ଶୁଭ ମୁହୂର୍ତ୍ତକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁମାନେ। ଶ୍ରୀଶ୍ରୀ ତ୍ରିବେଣୀଶ୍ବର, ଇଷାଣେଶ୍ବର, ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ସ୍ନାନ ପରେ ଅପେକ୍ଷାରତ ଶ୍ରଦ୍ଧାଳୁ ତୀର୍ଥ ଜଳରେ ବୁଡ଼ ପକାଇବେ। ସଂଧ୍ୟାରେ ତୀର୍ଥ ପୁଷ୍କରିଣୀ ଠାରୁ ୩କିମି ଦୂରରେ ପୁରୀ ଓ ଭୁବନେଶ୍ବର ଆଡୁ ଆସୁଥିବା ସମସ୍ତ ଯାନବାହାନ ପାର୍କିଂ ଫଳରେ ଶ୍ରଦ୍ଧାଳୁମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ମେଳାପଡିଆରେ ଅସ୍ଥାୟୀ ସ୍ବାସ୍ଥ୍ୟ ସେବା ଶିବିର, ଶୌଚାଳୟ, ପାନୀୟ ଜଳ, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ବିଭିନ୍ନ ଅନୁଷ୍ଠାନ ଓ ସୂଚନା ପ୍ରସାରଣ ବିଭାଗ ପକ୍ଷରୁ ସାରା ରାତି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। କୋଣାର୍କ ଓ ଚନ୍ଦ୍ରଭାଗାରେ ୩୩ପ୍ଲାଟୁନ ଫୋର୍ସ,୩ଶହ ସ୍ବେଛାସେବୀ ନିୟୋଜିତ ରହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.