ପ୍ରମୂଖ ଖବର
  • ମୟୂରଭଞ୍ଜ : କପ୍ତିପଦା ବଜାରରୁ ଯୁବତୀ ଅପହରଣ ଘଟଣା; ଅପରାଧୀଙ୍କ ଟେର୍ ପାଉନି ପୁଲିସ
  • ||
  • କେନ୍ଦୁଝର : ବଜ୍ରପାତରେ ଜଣେ ମୃତ, ୨ ସାଙ୍ଗ ଗୁରୁତର
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; କିଲର ଥର୍ ଜବତ, ମାଲିକ ଫେରାର, ମିଳୁନି ସ୍କର୍ପିଓ
  • ||
  • ବଲାଙ୍ଗୀର : କୁକୁର କାମୁଡ଼ାରେ ୨ ଜଣଙ୍କ ମୃତ୍ୟୁ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
  • ||
  • ଛତ୍ରପୁର : ଲୁଣି ପାଣି ହେବ ପାନୀୟ ଯୋଗ୍ୟ, ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ
  • ||
  • ଏମ୍ସରେ ଆଖି ବୁଜିଲେ ନର୍ସିଂ ଛାତ୍ରୀ, ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ କରାଯିବ ହସ୍ତାନ୍ତର
  • ||
  • କଟକ ବିଡ଼ାନାସୀରେ ଅଘଟଣ, ପୂର୍ବ ଶତ୍ରୁତାରୁ ଦମ୍ପତିଙ୍କୁ ଛୁରାମାଡ଼
  • ||
  • କୋରାପୁଟରେ ନୂତନ ମେଡିକାଲ କଲେଜ କୋଠାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ଆୟୁଷ୍ମାନ କାର୍ଡ
  • ||
  • ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ
  • ||
  • ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ, ୧୯ଟି ଇଭେଣ୍ଟରେ ୧୭ ଦେଶର ୨୨୫ ପ୍ରତିଯୋଗୀ କରିବେ ଅଂଶଗ୍ରହଣ
  • ||
  • ଆସୁଛି ଆଉ ଏକ ଲଘୁଚାପ: ୧୨ରୁ ବଢ଼ିପlରେ ବର୍ଷା ,୯ ଜିଲ୍ଲାରେ ନିିଅଣ୍ଟିଆ ବର୍ଷା ଭରଣା ଆଶା
  • ||

କୋରାପୁଟ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମିଳିଲା ନୂଆ ଗତି; ୬୫୦ ଶଯ୍ୟା ବିଶିଷ୍ଟ ନୂତନ ବିଲ୍ଡିଂ ଉଦଘାଟିତ, ପୂରଣ ହେବ ଖାଲି ପଦବୀ

Published By : Manash Sahoo | August 10, 2025 3:51 PM

କୋରାପୁଟ ୧୦।୮: କୋରାପୁଟ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମିଳିଲା ଶକ୍ତି । ଉତଘାଟିତ ହେଲା ୬୫୦ ଶଯ୍ୟା ବିଶିଷ୍ଟ ନୂଆ ବିଲ୍ଡିଂ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲର ନୂଆ ବିଲ୍ଡିଂକୁ ଉଦଘାଟନ କରିଛନ୍ତି । ଏହି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟସେବା ପଦବୀ ପୂରଣ ହେବ ବୋଲି ଘୋଷଣା କରିଛନ୍ତି । ସେହିପରି ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡର ୬ ଲେନ୍ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ସାଧାରଣସଭାକୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର କୋରାପୁଟରେ ଉନ୍ନତ ସ୍ଵାସ୍ଥ୍ୟ ସେବା ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ଏହି ମେଡିକାଲ କଲେଜ ହସ୍‍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ। ଏହି ନୂଆ ହସ୍‍ପିଟାଲରେ ଆପଣମାନେ ସବୁପ୍ରକାରର ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଦେବା ଆମର କର୍ତ୍ତବ୍ୟ । ବିଜେପି ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି । ଏହାଛଡ଼ା ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍‍ଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ । 

ସହିତ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀମାନଙ୍କ ପାଇଁ ବହୁବିଧି ଚିକିତ୍ସା ସୁବିଧା କରାଯାଉଛି । ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବର ସମ୍ମୁକୀନ ନହେବେ, ସେଥି ନିମନ୍ତେ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି । ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ଏଥିପାଇଁ ରାଜ୍ୟ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ  ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ବିଜେପି ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି । ବର୍ତ୍ତମାନ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି । ଏହା ମାଧ୍ୟମରେ ଆମ ରାଜ୍ୟର ୩ କୋଟି ୪୬ ଲକ୍ଷ ଅର୍ଥାତ୍‍ ୮୦ ପ୍ରତିଶତ ଲୋକ ଉପକୃତ ହେଉଛନ୍ତି  । ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଯୋଜନାରେ ରାଜ୍ୟର ପ୍ରାୟ ୩ ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯୦୦ କୋଟି ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି । ସେହିଭଳି ଧନୀ, ଗରିବ ନିର୍ବିଶେଷରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ୮,୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି  ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ସେହିପରି ନିରନ୍ତର ବିକାଶ ଧାରାରେ କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି । ବର୍ତ୍ତମାନ ରାଜ୍ୟର ଜନସାଧାରଣଙ୍କ ସହିତ କୋରାପୁଟବାସୀ ମଧ୍ୟ ଦେଶର ବଡ଼ ବଡ଼ ସହରରେ ଥ‌ିବା ପ୍ରାୟ ୨୯ ହଜାରରୁ ଉର୍ଦ୍ଧ୍ୱ ତାଲିକାଭୁକ୍ତ ଘରୋଇ ହସ୍‍ପିଟାଲରେ ମାଗଣା ସ୍ବାସ୍ଥ୍ୟସେବା ପାଉଛନ୍ତି । ପ୍ରତି ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇଛି । କୋରାପୁଟ ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା  ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଏପର୍ଯ୍ୟନ୍ତ ୩ ଲକ୍ଷ ୫୪୭ ଟି କାର୍ଡ ବଣ୍ଟନ କରାଯାଇଛି । ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଅଧୀନରେ ୯ ହଜାର ୬ ଜଣ ହିତାଧିକାରୀ ମାନେ ଏପର୍ଯ୍ୟନ୍ତ ପଂଜୀକୃତ ହୋଇଛନ୍ତି। କୋରାପୁଟ ଜିଲ୍ଲାରେ ବର୍ତ୍ତମାନ ୪ଟି ବେସରକାରୀ ହସ୍ପିଟାଲ୍‌କୁ AB PMJAY–GJAY ଅନ୍ତର୍ଗତ ଅନୁମୋଦନ ମିଳିଛି,  ଯେଉଁଠି ଲୋକେ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ, ମାତ୍ର ଏକ ବର୍ଷର ସରକାରରେ ଅନେକ କିଛି କାର୍ଯ୍ୟ ହୋଇଛି । ଏହି କାର୍ଯ୍ୟ ଆହୁରି ଦ୍ରୁତ ଗତିରେ ତ୍ୱରାନ୍ୱିତ ହେବ । ବିଜେପି ସରକାର ହେଉଛି ଲୋକଙ୍କ ସରକାର । ୨୦୩୬ ମସିହାରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ମସିହା ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟସେବା, କୃଷି, ଶିଳ୍ପ, ନୂଆ ରୋଜଗାର ସୁବିଧା ସୃଷ୍ଟି, ନିରନ୍ତର ଆର୍ଥିକ ବିକାଶ ଆଦି କ୍ଷେତ୍ରରେ ସାରା ଓଡ଼ିଶାରେ ନୂଆ ଯୁଗର ଆରମ୍ଭ ହୋଇଛି । ଏ ସବୁଥିରେ କୋରାପୁଟ ଜିଲ୍ଲାକୁ ସାମିଲ କରାଯାଇଛି । 

ଉକ୍ତ କାର୍ଯ୍ୟକ୍ରମ ଅବସରରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେ, କୋରାପୁଟ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବିକାଶ ଇତିହାସରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡ଼ି ହେଉଛି । ଏହି ଶୁଭ ଅବସରରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ ହସ୍‍ପିଟାଲ ଉଦ୍‍ଘାଟନ ଅବିଭକ୍ତ କୋରାପୁଟ ଜିଲ୍ଲାର ସ୍ୱାସ୍ଥ୍ୟ ସେବା ପାଇଁ ଏକ ଅନନ୍ୟ ପ୍ରାରମ୍ଭ।

ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ର, ସରକାରୀ ଡାକ୍ତରଖାନା, ମେଡ଼ିକାଲ୍ କଲେଜ ଏବଂ ହସ୍‍ପିଟାଲ ଆଦିରେ ନୂଆ ଭିତ୍ତିଭୂମି ସହ ରୋଗୀ-କୈନ୍ଦ୍ରିକ ସେବା ବ୍ୟବସ୍ଥା ସୃଷ୍ଟି କରାଯାଉଛି । ହସ୍‍ପିଟାଲଗୁଡ଼ିକର ନବୀକରଣ କରାଯାଉଛି । ଏ ସବୁ ପାଇଁ ବିଜେପି ସରକାର ଅଙ୍ଗୀକାରବଦ୍ଧ। ଏହି ପଦକ୍ଷେପ ଫଳରେ ରାଜ୍ୟର ସବୁ ଅଞ୍ଚଳର ବିକାଶ ସନ୍ତୁଳିତ ଭାବେ ହୋଇ ପାରିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପବିତ୍ର ସାଉଁତା, କୋଟପାଡ଼ ବିଧାୟକ ଶ୍ରୀ ରୁପୁ ଭତ୍ରା, ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିବା ବେଳେ ସମାରୋହରେ ଅନୁଷ୍ଠାନିକ ସ୍ୱାଗତ ଭାଷଣ, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ମାଛ ଦେଇଥିବା ବେଳେ ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି ଅନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.