ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଧାନ କୁଇଣ୍ଟାଲ ପ୍ରତି ୩୧ଶହ ଟଙ୍କା ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

ଭୁବନେଶ୍ୱର,୨୭/୦୬ : ଓଡ଼ିଶାର ପ୍ରମୁଖ ଫସଲ ଧାନ । ଓଡ଼ିଶାର ଚାଷୀମାନଙ୍କୁ ଲାଭାନ୍ୱିତ କରିବା ପାଇଁ ବିଜେପି ସଂକଳ୍ପବଦ୍ଧ । ଓଡ଼ିଶାରେ “ଡବଲ ଇଞ୍ଜିନ ସରକାର” ଆସିବା ପରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଖରିଫ ଧାନ କିଣା ସମୟରେ ଧାନ କୁଇଂଟାଲ ପ୍ରତି ୩୧ଶହ ଟଙ୍କା ଚାଷୀମାନଙ୍କୁ ଦିଆଯିବା ପାଇଁ ଘୋଷଣା କରିଥିବାରୁ କୃଷକମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ଧନ୍ୟବାଦ ଦେବା ସହିତ କୃତଜ୍ଞତା ଜଣାଇଛନ୍ତି ।

ଓଡିଶାର ଚାଷୀମାନଙ୍କୁ ସମୃଦ୍ଧ କରିବା ସହିତ ସମସ୍ତ ବ୍ଲକରେ ଶୀତଳଭଣ୍ଡାର ପ୍ରତିଷ୍ଠା କରିବା, ଚାଷ ଜମିକୁ ଜଳସେଚିତ କରିବା ଓ ଧାନ କ୍ୱଇଂଟାଲ ପ୍ରତି ୩୧ଶହ ଟଙ୍କା ଚାଷୀଙ୍କୁ ଦେବାକୁ ନେଇ ବିଜେପି କୃଷକମୋର୍ଚ୍ଚା ତରଫରୁ ସାରା ରାଜ୍ୟରେ ବ୍ୟାପକଭାବେ ଚାଷୀ ସମାବେଶ କରାଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଦିଆଯିବ । ଏହାର ଶୁଭାରମ୍ଭ ଆସନ୍ତା ଜୁନ୍ ୩୦ତାରିଖ କେନ୍ଦୁଝର ଜିଲ୍ଲାର ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଆନନ୍ଦପୁର ସବ୍‌ଡିଭିଜନ ଅନ୍ତର୍ଗତ ଶାଳନ୍ଦୀ ଡ୍ୟାମ ହଦଗଡଠାରେ ଅନୁଷ୍ଠିତ ହେବ । 

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ୩୬ଟି ସାଂଗଠନିକ ଜିଲ୍ଲାରୁ ଦୁଇ ଶହ ଚାଷୀ ନେତାମାନେ ଯୋଗଦାନ କରିବେ ବୋଲି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବରିଷ୍ଠ ଚାଷୀ ନେତାମାନେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ପରେ ଓଡ଼ିଶାର ସମସ୍ତ ଜିଲ୍ଲା, ବ୍ଲକ ଓ ପଂଚାୟତମାନଙ୍କରେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଧନ୍ୟବାଦ କାର୍ଯ୍ୟକ୍ରମକୁ ବ୍ୟାପକଭାବେ କରାଯିବ ବୋଲି ଶ୍ରୀ ସାହୁ ସୂଚନା ଦେଇଛନ୍ତି । ଆସନ୍ତା ଖରିଫ ଧାନକିଣା ପ୍ରାରମ୍ଭ ଦିନ ଏହି କାର୍ଯ୍ୟକ୍ରମର ସମାରୋହଏକ ବିଶାଳ ଚାଷୀ ସମାବେଶ ଆୟୋଜନ କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.