ପ୍ରମୂଖ ଖବର
  • ୪୫ ଦିନରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ୬୬ କୋଟିରୁ ଅଧିକ ଶ୍ରଦ୍ଧାଳୁ: ୟୁପି ସିଏମ୍
  • ||
  • ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ସାଂସ୍କୃତିକ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ଝାରସୁଗୁଡ଼ା ଇକୋ ପାର୍କରେ ଅଗ୍ନିକାଣ୍ଡ, ଜଳିଗଲା ୨୨ ହଜାରରୁ ଉର୍ଦ୍ଧ୍ୱ ଗଛ
  • ||
  • କଟକ : ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ
  • ||
  • ବଲାଙ୍ଗୀର : ବରକୁ ହତ୍ୟା ଷଡ଼ଯନ୍ତ୍ର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ପୁରୀ : ବାଲିକପିଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ରାତି ୩ଟାରେ ଉଠିବ ମହାଦୀପ
  • ||
  • ବାଲେଶ୍ୱର : ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଶିବରାତ୍ରୀ ପାଇଁ ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ସମାଗମ, ରାତି ୧ଟାରେ ଉଠିବ ମହାଦୀପ
  • ||
  • ଶ୍ରୀଲିଙ୍ଗରାଜ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଠେଲାପେଲା ଭିତରେ ୨ ମହିଳା ଗୁରୁତର
  • ||
  • ଭଦ୍ରକ : ଦୁର୍ଘଟଣାଗ୍ରସ୍ତ ହୋଇ ଓଭର୍ ବ୍ରିଜ୍‌ରୁ ତଳକୁ ଖସିଲା ଦୁଇ ଟ୍ରକ୍‌, ୩ ଗୁରୁତର
  • ||
  • ଜାଗର ପାଇଁ ଚଳଚଞ୍ଚଳ ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ
  • ||

ମହିଳା ହୋମଗାର୍ଡଙ୍କୁ ପ୍ରତାରଣା ଘଟଣା: କୁଜଙ୍ଗ ଥାନା ଅଧିକାରୀ ନିଲମ୍ବିତ

Published By : Prameya | February 26, 2025 5:23 PM

ଜଗତସିଂହପୁର,୨୬।୨ : ମହଙ୍ଗା ପଡିଲା ପୋଲିସ ବାବୁଙ୍କୁ  ପ୍ରେମ ଲୀଳା। ମହିଳା ହୋମଗାର୍ଡଙ୍କୁ ପ୍ରତାରଣା କରି ଫସିଲେ ଥାନା ବାବୁ। ନିଲମ୍ବିତ ହେଲେ ଥାନା  ଅଧିକାରୀ।  ମହିଳା ହୋମଗାର୍ଡଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ପ୍ରତାରଣା କରିବା ଅଭିଯୋଗରେ  କୁଜଙ୍ଗ ଥାନା ଅଧିକାରୀ ତପନ ନାହାକଙ୍କୁ ପୋଲିସ ଡିଜି ନିଲମ୍ବିତ କରିଛନ୍ତି। ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି।  ଏଥିସହ କୁଜଙ୍ଗ ଥାନା ଅଧିକାରୀଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ  କରାଯାଇଛି।

 ମହିଳା ହୋମଗାର୍ଡଙ୍କୁ ପ୍ରେମ କରି ଶାରୀରିକ ସମ୍ପର୍କ  ଥାନା ବାବୁ ରଖିଥିଲେ।  ପରେ ସମ୍ପୃକ୍ତ ଥାନା ବାବୁ ଜଣକ ଧରାଛୁଆଁ ଦେଇ ନ ଥିଲେ। ମହିଳା ହୋମଗାର୍ଡ ଜଣକ  ଶେଷରେ ବାଧ୍ୟ ହୋଇ ଆଇନର ଆଶ୍ରୟ ନେବା ସହିତ ଜଗତସିଂହପୁର ସଦର ଥାନାରେ ଏତଲା ଦେଇଥିଲେ। ଜଗତସିଂହପୁର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ସୋମବାର  ମହିଳା ହୋମଗାର୍ଡ ଜଣକ ଥାନାରେ ଏତଲା ଦେବା ପରେ ଅଭିଯୁକ୍ତ ଥାନା ଅଧିକାରୀ ଖବର ପାଇ ଫେରାର ହୋଇ ଯାଇଥିଲେ । ଜଗତସିଂହପୁର ପୋଲିସର ଏକ ସ୍ବତନ୍ତ୍ର ଟିମ ସୋମବାର  ବିଳମ୍ବିତ ରାତିରେ ଖୋର୍ଦ୍ଧା ନିକଟରୁ ଧରି ଜଗତସିଂହପୁର ଥାନାକୁ ଆଣିଥିଲେ  । ମଙ୍ଗଳବାର ଉଭୟଙ୍କୁ ଏସପି ଅଫିସ ମଧ୍ୟରେ ଏକ ୯ ଜଣିଆ ଟିମ ଜେରା କରିଥିଲେ।  ସମ୍ପୃକ୍ତ ମହିଳା ହୋମଗାର୍ଡଙ୍କର ଡାକ୍ତରୀ ମାଇନା ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ କରାଯାଇଥିଲା। ବୁଧବାର ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ତପନ ନାହାକଙ୍କ ମେଡ଼ିକାଲ ଟେଷ୍ଟ  ମଧ୍ୟ କରାଯାଇଛି । ଅନ୍ୟ ପକ୍ଷରେ  ବୁଧବାର ମାଜିଷ୍ଟେ୍ରଟଙ୍କ ଉପସ୍ଥିତିରେ  ମହିଳା ହୋମଗାର୍ଡଙ୍କର ୧୬୪ରେ ବୟାନ ରେକର୍ଡ କରାଯାଇଛି। ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.