ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଗ୍ରେଡରରେ ଚାପି ହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ

Published By : Harapriya Sethi | November 24, 2024 12:38 PM

ବଣାଇ,୨୪/୧୧: ଖଣି ଭିତରେ କାମ କରୁଥିବା ବେଳେ ଗ୍ରେଡରରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ । ମୃତକ ବଡ଼ବିଲ କଳିଙ୍ଗ ଅଞ୍ଚଳର ରଘୁନାଥ ଦାସ ବୋଲି ଜଣାପଡ଼ିଛି । ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ଗଣୁଆ ନିକଟସ୍ଥ ପଟବେଡା ଖଣିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ପଟବେଡା ଖଣିରେ ଯୁବକ ଜଣକ ଶ୍ରମିକ ଭାବେ କାର୍ଯ୍ୟରତ ଥିଲେ । ସେଠାରେ କାମ କରୁଥିବା ବେଳେ ଏକ ଗ୍ରେଡର ତଳେ ଚାପି ହୋଇ ଯାଇଥିଲେ । ଏହା ଦେଖି ଯୁବକଙ୍କ ସହକର୍ମୀ ତାଙ୍କୁ ତୁରନ୍ତ ଗ୍ରେଡର ତଳୁ ଉଦ୍ଧାର କରିଥିଲେ । ହେଲେ ସେତେବେଳକୁ ତାଙ୍କ ମୃତ୍ୟୁ ହୋଇ ସାରିଥିଲା । ପରେ ଏନେଇ ପୋଲିସକୁ ଖବର ଦେଇଥିଲେ ଖଣିର ବରିଷ୍ଠ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ କୋଇଡା ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।  

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.