ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ପବିତ୍ର ମାଘ ସପ୍ତମୀ ମେଳା, ତିନି ଠାକୁରଙ୍କ ସ୍ନାନ ପରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

Published By : Krishna Priya | February 4, 2025 8:13 AM

କୋଣାର୍କ/ରାମଚଣ୍ଡୀ, ୦୪/୦୨: ମଙ୍ଗଳବାର ପବିତ୍ର ମାଘ ସପ୍ତମୀ ।  ମାଘ ସପ୍ତମୀ ତିଥିରେ ମଙ୍ଗଳବାର ଭୋର ୫ଟିରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୋଇ ମୁକ୍ତି ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ମନରେ ବିଶ୍ଵାସ ରହିଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀଶ୍ରୀ ତ୍ରୀବେଣୀଶ୍ବର, ଇଷାଣେଶ୍ବର, ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ସ୍ନାନ ପରେ ଅପେକ୍ଷାରତ ଶ୍ରଦ୍ଧାଳୁ ତୀର୍ଥ ଜଳରେ ବୁଡ଼ ପକାଇଥିଲେ। ସୋମବାର ଷଷ୍ଠୀ ରାତି ୯ଟା୪୫ରେ ତିନି ଠାକୁର ନିଜ ନିଜ ଆସ୍ଥାନରୁ ବାହାରି ବିମାନ ବିଜେ କରିଥିଲେ। ତିନିଠାକୁର ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା ସହ କୋଣାର୍କ ଏନଏସି ମଣ୍ଡପ, ତହସିଲ କାର୍ଯ୍ୟାଳୟ,ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ପୂଜାର୍ଚ୍ଚନା କରଯାଇଥିଲା। ରାତି ୪ଟା୩୫ରେ ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଁଚିଥିଲେ ତିନି ଠାକୁର। ପାରମ୍ପରିକ ରୀତିନୀତିରେ ଚଳନ୍ତି ପ୍ରତିମାଙ୍କ ପୂଜାହୋମ କର୍ମ ସମ୍ପାଦନ ଶେଷ ପରେ ସପ୍ତମୀ ତୀଥିରେ ପବିତ୍ର ତୀର୍ଥ ଜଳରେ ତିନିଠାକୁର ସ୍ନାନ କରିଥିଲେ।  

ତେବେ ତୀର୍ଥ ଜଳ ଗୋଳିଆ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ହରିବୋଲ ଓ ହୁଳହୁଳି ଶବ୍ଦରେ ତୀର୍ଥ କ୍ଷେତ୍ର ପ୍ରକମ୍ପିତ ହୋଇଥିଲା । ତୀର୍ଥ ପୁଷ୍କରିଣୀରେ ପୁରୀ ରାଧାବଲ୍ଲଭ ମଠ ପକ୍ଷରୁ ସାଧୁସନ୍ଥମାନେ ୧୦୮ ଦୀପ ଆଳତୀ କରିଥିଲେ। କୁହୁଡି ଯୋଗୁଁ ଶ୍ରଦ୍ଧାଳୁମାନେ ବିଳମ୍ବରେ ସୂର୍ଯ୍ୟଦର୍ଶନ କରିଥିଲେ। ଗ୍ରହ ଶାନ୍ତି ନିମନ୍ତେ ଚନ୍ଦ୍ରଭାଗାରୁ ୩କିମି ପାଦରେ ଚାଲି ଚାଲି ଆସି ନବଗ୍ରହଙ୍କ ନିକଟରେ ହୋମଯଜ୍ଞ ଓ ପୂଜାର୍ଚ୍ଚନା କରିଥିଲେ।  ଚନ୍ଦ୍ରଭାଗାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ,ଏସପି ବିନୀତ ଅଗ୍ରଓ୍ଵାଲ, ଉପଜିଲ୍ଲାପାଳ ରାଜକିଶୋର ଜେନା ପ୍ରମୁଖ ବିଭିନ୍ନ ବିଭାଗର ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ୩ଶହ ସ୍ବେଛାସେବୀ,୩୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.