ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଦେଶୀ ବନ୍ଧୁକ ସହ ୪ ଡକାୟତ ଗିରଫ; ଲକ୍ଷାଧିକ ଟଙ୍କା, ସୁନା ଓ ରୂପା ଗହଣା ଜବତ

ବରଗଡ଼, ୭।୭: ବରଗଡ଼ ଅତାବିରା ପୋଲିସକୁ ବଡ଼ ସଫଳତା । ଗତ ଜୁନ୍ ମାସ ୨୦ ତାରିଖ ରେ ଅତାବିରା ବାବେବିରା ଗାଁର ଜଣେ ଚାଷୀ ଛାୟାକାନ୍ତ ପ୍ରଧାନଙ୍କୁ ବନ୍ଧୁକ ମୁନରେ ଭୟଭୀତ କରି ୪ ଲକ୍ଷ ୩୮ ହଜାର ୩୫୨ ଟଙ୍କା ଲୁଟି ନେଇଥିଲେ ୬ ଦୁର୍ବୃତ୍ତ । ଧାନର ପ୍ରାପ୍ୟଟଙ୍କା ବ୍ୟାଙ୍କରୁ ଉଠାଇ ଘରକୁ ଫେରୁଥିବା ବେଳେ ଏପରି ଘଟଣା ଘଟିଥିବା ନେଇ ଅତାବିରା ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ଛାୟାକାନ୍ତ । ଅଭିଯୋଗକୁ ଭିତ୍ତିକରି ପୋଲିସ ବରଗଡ଼ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଅତାବିରା ପୋଲିସର ୨ ଟି ଟିମ୍ ଗଠନ କରି ଯାଞ୍ଚ ତ୍ୱରାନିତ କରାଯାଇଥିଲା । 

ତେବେ ଉକ୍ତ ଘଟଣାର ୨ ସପ୍ତାହ ଭିତରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ମାରିବାରେ ସକ୍ଷମ ହୋଇଛି । ଗିରଫ ଅଭିଯୁକ୍ତମାନଙ୍କଠାରୁ ଏକ ଦେଶୀ ବନ୍ଧୁକ, ୫ ଟି ଜୀବନ୍ତ ଗୁଳି ସମେତ ୩ ଲକ୍ଷ ୮୦ ହଜାର ଟଙ୍କା ନଗଦ, ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା, ୮ଟି ମୋବାଇଲ ଉଦ୍ଧାର କରିବାରେ ସଫଳ ହୋଇଛି । ସେହିଭଳି ଡକାୟତିରେ ବ୍ୟବହୃତ ହୋଇଥିବା ୩ଟି ଆପାଚି ବାଇକ, ଗୋଟିଏ ସୁଜୁକି ସ୍କୁଟି, ଗୋଟିଏ ହିରୋ ମୋଟର ସାଇକେଲ ସହ ଅନେକ ମାରଣାସ୍ତ୍ର ଜବତ କରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି । ସମସ୍ତ ଅଭିଯୁକ୍ତ ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଡଙ୍ଗରା ମୁଣ୍ଡା ଓ ବନାରସ୍ ଗାଁର ଇନ୍ଦ୍ର ଭୋଇ, ଚିତନ୍ୟ ପୁଟା ଲଳିତ ସାହୁ ଓ ଡୋଲେଶ୍ୱର ସାହୁ ବୋଲି ବରଗଡ଼ ଏସ୍‌ପି ପ୍ରହ୍ଲାଦ ସାହାଇ ମୀନା ସୂଚନା ଦେଇଛନ୍ତି । ସେମାନଙ୍କ ନାଁରେ ଭିନ୍ନ ଭିନ୍ନ ୫ଟି ଥାନାରେ ଡକାୟତି ମାମଲା ମଧ୍ୟ ରହିଛି ବୋଲି କହିଛନ୍ତି । 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.