ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ତେଜପ୍ରତାପ ଆରଜେଡିରୁ ବହିଷ୍କୃତ, ଘରୁ ବି ବିଦା କଲେ ବାପା ଲାଲୁ ଯାଦବ

Published By : Tapas Panda | May 25, 2025 5:08 PM

ପାଟନା: ଆରଜେଡି ମୁଖ୍ୟ ଲାଲୁ ଯାଦବ ତାଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରିଛନ୍ତି। କେବଳ ଏତିକି ନୁହେଁ, ଲାଲୁ ତାଙ୍କ ପୁଅ ତେଜପ୍ରତାପଙ୍କୁ ପରିବାରରୁ ବାହାର କରିଦେଇଛନ୍ତି । ଆରଜେଡି ମୁଖ୍ୟ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ଏହି ସୂଚନା ଦେଇଛନ୍ତି । ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଏବେ ତେଜ ପ୍ରତାପଙ୍କର ପରିବାର ଏବଂ ଦଳ ସହ କୌଣସି ସଂପର୍କ ନାହିଁ।

ତେଜପ୍ରତାପଙ୍କୁ ଦାଯିତ୍ୱହୀନ ଆଚରଣ ଓ ପାରିବାରିକ ମୂଲ୍ୟବୋଧ ତଥା ସାର୍ବଜନିକ ଶିଷ୍ଠାଚାରରୁ ବିଚ୍ୟୁତି ହୋଇଥିବାରୁ ତାଙ୍କୁ ଦଳରୁ ବହିସ୍କାର କରାଯାଇଥିବା ଲାଲୁ ଯାଦବ କହିଛନ୍ତି । ଶନିବାର ଲାଲୁ ଯାଦବଙ୍କ ବଡ଼ ପୁଅ ତେଜପ୍ରତାପ ଫେସବୁକରେ ଅନୁଷ୍କା ଯାଦବଙ୍କ ସହ ତାଙ୍କର ଦୀର୍ଘକାଳୀନ ସମ୍ପର୍କ ବିଷୟରେ ଘୋଷଣା କରିଥିଲେ। ଅନୁଷ୍କାଙ୍କୁ ସେ ଗତ ୧୨ ବର୍ଷ ଧରି   ଭଲ ପାଉଥିଲେ ଓ ତାଙ୍କ ସମ୍ପର୍କରେ ଥିଲେ ବୋଲି ଫେସ୍‌ବୁକ ପୋଷ୍ଟରେ ଲେଖିଥିଲେ। ଏହାର ଦିନକ ପରେ ବାପା ଲାଲୁ ଯାଦବ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। 

ନିଷ୍ପତ୍ତି ସମ୍ପର୍କରେ ସୋସିଆଲ ମିଡିଆରେ ଘୋଷଣା କରି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବ ଲେଖିଛନ୍ତି, ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଦଳର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଥାଏ। ତେଜପ୍ରତାପଙ୍କ ଆଚରଣ ପାରିବାରିକ ମୂଲ୍ୟବୋଧ କିମ୍ବା ପରମ୍ପରା ସହିତ ସଙ୍ଗତ ନଥିଲା । ତେଣୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଲାଲୁ ଲେଖିଛନ୍ତି ।

ଏକ୍ସରେ ଏକ ବଡ଼ ପୋଷ୍ଟ କରି ଲାଲୁ ଲେଖିଛନ୍ତି “ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅବହେଳା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଦିଏ। ବଡ଼ ପୁଅର କାର୍ଯ୍ୟକଳାପ, ସାର୍ବଜନୀନ ଆଚରଣ ଏବଂ ଦାୟିତ୍ୱହୀନ ଆଚରଣ ଆମ ପାରିବାରିକ ମୂଲ୍ୟବୋଧ ଏବଂ ସଂସ୍କାର ଅନୁରୁପ ନୁହେଁ। ତେଣୁ, ଉପରୋକ୍ତ ପରିସ୍ଥିତି ଯୋଗୁଁ, ମୁଁ ତାଙ୍କୁ ଦଳ ଏବଂ ପରିବାରଠାରୁ ଦୂରେଇ ରଖୁଛି। ଏବେଠାରୁ ତାଙ୍କର ଦଳ ଏବଂ ପରିବାରରେ କୌଣସି ପ୍ରକାରର ଭୂମିକା ରହିବ ନାହିଁ। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି।’

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.