ପ୍ରମୂଖ ଖବର
  • ସମ୍ୱଲପୁର : ଯକୃତ ଦାନ କରିଥିଲେ ବଡ଼ ଯାଆ, ସେପଟିକ୍ ହେବାରୁ ଆଖି ବୁଜିଦେଲେ ସାନ ଯାଆ
  • ||
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ,ଜଣେ ଯବାନ ଗୁରୁତର
  • ||
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ,ଜଣେ ଯବାନ ଗୁରୁତର

Published By : prameya | February 22, 2025 12:07 PM

ଭୁବନେଶ୍ୱର,୨୨/୦୨: ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଯେଉଁଥିରେ  ଜଣେ ଯବାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଯବାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ଅନୁଯାୟୀ, ନାରାୟଣପୁର ପାଖ ଜଙ୍ଗଲରେ  ସୁରକ୍ଷାକର୍ମୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିଲା  ।  ତୋୟମେଟା ଏବଂ କଓ୍ୱାନାର ମଧ୍ୟବର୍ତ୍ତୀ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଯାଉଥିବା ବେଳେ ହଠାତ୍‌ ଜୋରଦାର ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ଜଣେ ଡିଆର୍‌ଜି ଯବାନ ଆହତ ହୋଇଥିଲେ । ଏନେଇ ତୁରନ୍ତ ସାଥୀମାନେ ଆହତ ଯବାନଙ୍କୁ ନାରାୟଣପୁର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ  । ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାୟପୁର ସ୍ଥିତ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ପୂର୍ବରୁ ଏହି ଲ୍ୟାଣ୍ଡମାଇନ୍‌ ଲଗାଇଥିଲେ ବୋଲି ସୂଚନା ରହିଛି ।  ସେପଟେ ଏହି ବିସ୍ଫୋରଣ ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ  ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । 





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.